ଓଡ଼ିଶାମୁଖ୍ୟ ଖବର

ରାଜ୍ୟରେ ଶେଷ ୨୪ଘଣ୍ଟାରେ ମହାମାରୀ ନେଲା ୪୬ ଜଣଙ୍କ ଜୀବନ

ରାଜ୍ୟରେ କିଛି ଦିନ କରୋନା ଆକ୍ରାନ୍ତଙ୍କ ସଂଖ୍ୟା କମିଥିବା ବେଳେ ମୃତ୍ୟୁସଂଖ୍ୟା କିନ୍ତୁ କମୁନାହିଁ

ଗତ ୨୪ ଘଣ୍ଟା ମଧ୍ୟରେ ୩୨୨୨ ଜଣ କୋଭିଡ୍ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୪୬ ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୪୧୦୯କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି ।

ଖୋର୍ଦ୍ଧାରୁ ସର୍ବାଧିକ ୯ ଜଣ, ନୟାଗନ, ପୁରୀ ଓ ସୁନ୍ଦରଗଡ଼ରୁ ୪ ଜଣ ଲେଖାଏଁ, କଟକ, ଗଞ୍ଜାମ, କେନ୍ଦ୍ରାପଡ଼ା ଓ ଢ଼େଙ୍କାନାଳରୁ ୩ ଜଣ ଲେଖାଏଁ, ଅନୁଗୁଳ, ବାଲେଶ୍ବର, ବରଗଡ଼, ଜଗତସିଂହପୁର,ଝାରସୁଗୁଡ଼ା, କଳାହାଣ୍ଡି, କେନ୍ଦୁଝର,କୋରାପୁଟ, ମୟୂରଭଞ୍ଜ ଓ ସୋନପୁର ଜିଲ୍ଲାରୁ ଜଣେ ଲେଖାଏଁ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି।

Show More

Related Articles

Back to top button