ଓଡ଼ିଶାମୁଖ୍ୟ ଖବର

ରାଜ୍ୟରେ ଶେଷ ୨୪ଘଣ୍ଟାରେ ମହାମାରୀ ନେଲା ମୋଟ ୬୬ ଜଣଙ୍କ ଜୀବନ

ରାଜ୍ୟରେ କିଛି ଦିନ କରୋନା ଆକ୍ରାନ୍ତଙ୍କ ସଂଖ୍ୟା କମିଥିବା ବେଳେ ମୃତ୍ୟୁସଂଖ୍ୟାରେ ସାମାନ୍ୟ ହ୍ରାସ ପାଇଛି ।

ଗତ ୨୪ ଘଣ୍ଟା ମଧ୍ୟରେ ୮୬୮ଜଣ କୋଭିଡ୍ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୬୬ ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୬୯୫୩କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି ।ମୃତକଙ୍କ ମଧ୍ୟରେ ସମ୍ବଲପୁର ଜିଲ୍ଲାରୁ ୧୨ଜଣ, କଟକ ଜିଲ୍ଲାରୁ ୮ଜଣ, ଅନୁଗୁଳ ଜିଲ୍ଲାରୁ ୭ଜଣ ।

ବାଲେଶ୍ୱର ଓ ଢେଙ୍କାନାଳ ଜିଲ୍ଲାରୁ ୫ଜଣ ଲେଖାଏଁ ରହିଥିବା ବେଳେ ବରଗଡ଼, ଭଦ୍ରକ, ଜଗତସିଂହପୁର, ଖୋର୍ଦ୍ଧା ଜିଲ୍ଲାରୁ ୪ଜଣ ଲେଖାଁଏ ରହିଛନ୍ତି । ଗଞ୍ଜାମ, କଳାହାଣ୍ଡି, କେନ୍ଦ୍ରାପଡ଼ା ଜିଲ୍ଲାରୁ ୨ଜଣ ଲେଖାଏଁ ରହିଥିବା ବେଳେ ବଲାଙ୍ଗୀର, ଦେଓଗଡ଼, ଯାଜପୁର, ଝାରସୁଗୁଡ଼ା, ନୟାଗଡ଼ ଜିଲ୍ଲାରୁ ଜଣେ ଲେଖାଏଁ ରହିଛନ୍ତି । ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୯୯୫୪୩୩ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୧୦୧୮୭ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୯୭୮୨୪୦ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୧୭୦୮୮୫୧୩ ସାମ୍ପୁଲ ଟେଷ୍ଟ୍ ହୋଇଛି ।

Show More

Related Articles

Back to top button