ଓଡ଼ିଶାମୁଖ୍ୟ ଖବର

ରାଜ୍ୟରେ ଶେଷ ୨୪ଘଣ୍ଟାରେ କରୋନା ନେଲା ୬୦ ଜଣଙ୍କ ଜୀବନ

ରାଜ୍ୟରେ କିଛି ଦିନ କରୋନା ଆକ୍ରାନ୍ତଙ୍କ ସଂଖ୍ୟା କମିଥିବା ବେଳେ ମୃତ୍ୟୁସଂଖ୍ୟାରେ ସାମାନ୍ୟ ହ୍ରାସ ପାଇଛି ।

ଗତ ୨୪ ଘଣ୍ଟା ମଧ୍ୟରେ ୧୬୨୯ ଜଣ କୋଭିଡ୍ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୬୦ ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୫୬୩୪କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି ।ମୃତକଙ୍କ ମଧ୍ୟରୁ ସୁନ୍ଦରଗଡ଼଼ ଜିଲ୍ଲାରୁ ସର୍ବାଧିକ ୧୪ଜଣ ରହିଥିବା ବେଳେ ଖୋର୍ଦ୍ଧା ଜିଲ୍ଲାରୁ ୮ଜଣ ରହିଛନ୍ତି । ଅନୁଗୁଳ, କଟକ ଜିଲ୍ଲାରୁ ୬ଜଣ ଲେଖାଏଁ ରହିଥିବା ବେଳେ କେନ୍ଦୁଝର, ପୁରୀ ଜିଲ୍ଲାରୁ ୫ଜଣ ଲେଖାଏଁ ରହିଛନ୍ତି ।

ବୌଦ୍ଧ, ସମ୍ବଲପୁର ଜିଲ୍ଲାରୁ ୪ଜଣ ଲେଖାଏଁ ରହିଥିବା ବେଳେ ଭଦ୍ରକ ଜିଲ୍ଲାରୁ ୨ଜଣ ରହିଛନ୍ତି । ସେହିପରି ଯାଜପୁର, ଝାରସୁଗୁଡ଼ା, କନ୍ଧମାଳ, କୋରାପୁଟ, ନବରଙ୍ଗପୁର, ନୟାଗଡ଼ ଜିଲ୍ଲାରୁ ଜଣେ ଲେଖାଏଁ ରହିଛନ୍ତି, ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୯୭୦୮୧୪ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୧୭୭୪୬ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୯୪୭୩୮୧ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ବର୍ତ୍ତମାନ ସୁଦ୍ଧା ରାଜ୍ୟରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୫୬୩୪ ସଂଖ୍ୟା ପହଞ୍ଚିଥିବା ବେଳେ ଅନ୍ୟ ରୋଗ ଯୋଗୁଁ ୫୩ଜଣଙ୍କ ମୃତ୍ୟୁ ହୋଇଛି ଏବେ ସୁଦ୍ଧା ରାଜ୍ୟରେ ୧୫୭୧୮୮୯୦ ସାମ୍ପୁଲ ଟେଷ୍ଟ୍ ହୋଇଛି ।

Show More

Related Articles

Back to top button