ଓଡ଼ିଶାମୁଖ୍ୟ ଖବର

ରାଜ୍ୟରେ ଶେଷ ୨୪ଘଣ୍ଟାରେ ମହାମାରୀ ନେଲା ୬୫ ଜଣଙ୍କ ଜୀବନ

ରାଜ୍ୟରେ କିଛି ଦିନ କରୋନା ଆକ୍ରାନ୍ତଙ୍କ ସଂଖ୍ୟା କମିଥିବା ବେଳେ ମୃତ୍ୟୁସଂଖ୍ୟାରେ ସାମାନ୍ୟ ହ୍ରାସ ପାଇଛି ।

ଗତ ୨୪ ଘଣ୍ଟା ମଧ୍ୟରେ ୧୬୧୫ ଜଣ କୋଭିଡ୍ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୬୫ ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୫୭୬୮କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି ।ମୃତକଙ୍କ ମଧ୍ୟରୁ ସର୍ବାଧିକ ଖୋର୍ଦ୍ଧା ଜିଲ୍ଲାରୁ ୯ଜଣ ରହିଥିବା ବେଳେ ବରଗଡ଼ ଜିଲ୍ଲାରୁ ୭ଜଣ ରହିଛନ୍ତି । ସୁନ୍ଦରଗଡ଼ ଜିଲ୍ଲାରୁ ୬ଜଣ ରହିଥିବା ବେଳେ ସମ୍ବଲପୁର, ଝାରସୁଗୁଡ଼ା ଜିଲ୍ଲାରୁ ୫ଜଣ ଲେଖାଏଁ ରହିଛନ୍ତି । ଅନୁଗୁଳ, ବଲାଙ୍ଗୀର , କଟକ, ଗଞ୍ଜାମ,

ଯାଜପୁର, ପୁରୀ ଜିଲ୍ଲାରୁ ୩ଜଣ ଲେଖାଏଁ ରହିଛନ୍ତି । ସେହିପରି ଭଦ୍ରକ, ଗଜପତି, ଜଗତସିଂହପୁର , କେନ୍ଦ୍ରାପଡ଼ା ଜିଲ୍ଲାରୁ ୨ଜଣ ଲେଖାଏଁ ରହିଥିବା ବେଳେ ବାଲେଶ୍ୱର, ଢେଙ୍କାନାଳ, କଳାହାଣ୍ଡି, କେନ୍ଦୁଝର, କୋରାପୁଟ, ମୟୁରଭଞ୍ଜ, ନୂଆପଡ଼ା ଜିଲ୍ଲାରୁ ଜଣେ ଲେଖାଏଁ ରହିଛନ୍ତି ।ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୯୭୪୧୩୨ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୧୭୨୬୨ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୯୫୧୦୪୯ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ବର୍ତ୍ତମାନ ସୁଦ୍ଧା ରାଜ୍ୟରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୫୭୬୮ ସଂଖ୍ୟା ପହଞ୍ଚିଥିବା ବେଳେ ଅନ୍ୟ ରୋଗ ଯୋଗୁଁ ୫୩ଜଣଙ୍କ ମୃତ୍ୟୁ ହୋଇଛି । ଏବେ ସୁଦ୍ଧା ରାଜ୍ୟରେ ୧୫୮୭୪୫୭୬ ସାମ୍ପୁଲ ଟେଷ୍ଟ୍ ହୋଇଛି ।

Show More

Related Articles

Back to top button