ଓଡ଼ିଶାମୁଖ୍ୟ ଖବର

ରାଜ୍ୟରେ ଶେଷ ୨୪ଘଣ୍ଟାରେ ମହାମାରୀ ନେଲା ୬୮ ଜଣଙ୍କ ଜୀବନ

ରାଜ୍ୟରେ କିଛି ଦିନ କରୋନା ଆକ୍ରାନ୍ତଙ୍କ ସଂଖ୍ୟା କମିଥିବା ବେଳେ ମୃତ୍ୟୁସଂଖ୍ୟାରେ ସାମାନ୍ୟ ହ୍ରାସ ପାଇଛି ।

ଗତ ୨୪ ଘଣ୍ଟା ମଧ୍ୟରେ ୧୦୪୧ ଜଣ କୋଭିଡ୍ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୬୮ ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୭୧୫୪କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି ।ମୃତକଙ୍କ ମଧ୍ୟରେ କଟକ ଜିଲ୍ଲାରୁ ୧୮ଜଣ, ଜଗତସିଂହପୁର ଜିଲ୍ଲାରୁ ୧୦ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୭ଜଣ, ଢେଙ୍କାନାଳ ଜିଲ୍ଲାରୁ ୬ଜଣ ରହିଛନ୍ତି । ଭଦ୍ରକ ଓ ମୟୁରଭଞ୍ଜ ଜିଲ୍ଲାରୁ ୫ଜଣ ଲେଖାଏଁ ରହିଥିବା ବେଳେ ଅନୁଗୁଳ ଜିଲ୍ଲାରୁ ୪ଜଣ ରହିଛନ୍ତି । ବାଲେଶ୍ୱର, ଯାଜପୁର, କେନ୍ଦ୍ରାପଡ଼ା ଜିଲ୍ଲାରୁ ୩ଜଣ ଲେଖାଏଁ ରହିଥିବା ବେଳେ ଗଞ୍ଜାମ ୨ଜଣ ରହିଛନ୍ତି । ନୟାଗଡ଼, ସୁନ୍ଦରଗଡ଼ ଜିଲ୍ଲାରୁ ଜଣେ ଲେଖାଏଁ ରହିଛନ୍ତି ।

ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୯୯୮୧୮୭ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୯୬୬୪ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୯୮୧୩୧୬ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୧୭୨୭୪୫୨୯ ସାମ୍ପୁଲ ଟେଷ୍ଟ୍ ହୋଇଛି ।

Show More

Related Articles

Back to top button