ଓଡ଼ିଶାମୁଖ୍ୟ ଖବର

ରାଜ୍ୟରେ ଶେଷ ୨୪ଘଣ୍ଟାରେ ମହାମାରୀ ନେଲା ୬୯ ଜଣଙ୍କ ଜୀବନ

ରାଜ୍ୟରେ କିଛି ଦିନ କରୋନା ଆକ୍ରାନ୍ତଙ୍କ ସଂଖ୍ୟା କମିଥିବା ବେଳେ ମୃତ୍ୟୁସଂଖ୍ୟାରେ ସାମାନ୍ୟ ହ୍ରାସ ପାଇଛି ।

ଗତ ୨୪ ଘଣ୍ଟା ମଧ୍ୟରେ ୧୨୪୩ ଜଣ କୋଭିଡ୍ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୬୯ ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୬୪୩୫କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି ।ମୃତକଙ୍କ ମଧ୍ୟରେ ଖୋର୍ଦ୍ଧା ଜିଲ୍ଲାରୁ ୨୧ଜଣ, କଟକ ଜିଲ୍ଲାରୁ ୧୩ଜଣ, ସମ୍ବଲପୁର ଜିଲ୍ଲାରୁ ୮ଜଣ, ସୁନ୍ଦରଗଡ଼ ଓ ବାଲେଶ୍ୱର ଜିଲ୍ଲାରୁ ୬ଜଣ ଲେଖାଏଁ ରହିଛନ୍ତି। ବରଗଡ଼ ଓ କେନ୍ଦୁଝର ଜିଲ୍ଲାରୁ ୫ଜଣ ଲେଖାଏଁ, ଝାରସୁଗୁଡ଼ା ଜିଲ୍ଲାରୁ ୪ଜଣ, ଦେବଗଡ଼ ଜିଲ୍ଲାରୁ ଜଣେ ରହିଛନ୍ତି ।

ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୯୮୭୦୭୦ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୧୨୧୨୯ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୯୬୮୪୫୩ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ବର୍ତ୍ତମାନ ସୁଦ୍ଧା ରାଜ୍ୟରେ କରୋନାରେ ମୃତ୍ୟୁ ସଂଖ୍ୟା ୬୪୩୫ରେ ପହଞ୍ଚିଥିବା ବେଳେ ଅନ୍ୟ ରୋଗ ଯୋଗୁଁ ମୃତ୍ୟୁ ସଂଖ୍ୟା ୫୩ରେ ପହଞ୍ଚିଛି। ଏବେ ସୁଦ୍ଧା ରାଜ୍ୟରେ ୧୬୫୬୦୮୪୨ ସାମ୍ପୁଲ ଟେଷ୍ଟ୍ ହୋଇଛି ।

Show More

Related Articles

Back to top button