Breaking PLUSଓଡ଼ିଶାମୁଖ୍ୟ ଖବର

ରାଜ୍ୟରେ ଶେଷ ୨୪ଘଣ୍ଟାରେ ମହାମାରୀ ନେଲା ୭ଜଣଙ୍କର ଜୀବନ

ମୃତ୍ୟୁ ସଂଖ୍ୟା ୮୫୩୨କୁ ବୃଦ୍ଧି

ରାଜ୍ୟରେ ଗତ ୨୪ ଘଣ୍ଟାରେ ୭୨୯୧ ଜଣ କୋଭିଡ ପଜିଟିଭ୍ ଚିହ୍ନଟ ହୋଇଥିବା ବେଳେ ଆଉ ୭ ଜଣଙ୍କ ଜୀବନ ନେଲା କରୋନା । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୮୫୩୨କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ଵାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି । ମୃତକଙ୍କ ମଧ୍ୟରେ ଖୋର୍ଦ୍ଧା ଜିଲ୍ଲାରୁ ୩ଜଣ ରହିଥିବା ବେଳେ ଢେଙ୍କାନାଳ, ଯାଜପୁର, ଝାରସୁଗୁଡ଼ା, କେନ୍ଦ୍ରାପଡ଼ା ଜିଲ୍ଲାରୁ ଜଣେ ଲେଖାଏଁ ରହିଛନ୍ତି ।

ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୨୧୭୮୪୨ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୭୭୩୪୦ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୧୧୩୧୯୧୭ଜଣ ସୁସ୍ଥ ହୋଇଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୨୭୨୫୩୬୬୫ ସାମ୍ପୁଲ ଟେଷ୍ଟ୍ ହୋଇଛି ।

Show More

Related Articles

Back to top button