Breaking PLUSଓଡ଼ିଶାମୁଖ୍ୟ ଖବର

ରାଜ୍ୟରେ ଶେଷ ୨୪ଘଂଟାରେ ମହାମାରୀ ନେଲା ୮ଜୀବନ

ମୃତକଙ୍କ ସଂଖ୍ୟା ୯୦୭୯ ଛୁଇଁଲା

ରାଜ୍ୟରେ ଗତ ୨୪ ଘଣ୍ଟାରେ ୧୬୮ ଜଣ କୋଭିଡ୍ ପଜିଟିଭ୍ ଚିହ୍ନଟ ହୋଇଥିବା ବେଳେ ଆଉ ୮ ଜଣଙ୍କ ଜୀବନ ନେଲା କରୋନା । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୯୦୭୯କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ଵାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି । ମୃତକଙ୍କ ମଧ୍ୟରେ ଖୋର୍ଦ୍ଧା ଜିଲ୍ଲାରୁ ୪ଜଣ ରହିଥିବା ବେଳେ ସୁନ୍ଦରଗଡ଼, ନୟାଗଡ଼, ଦେବଗଡ଼, ବରଗଡ଼ ଜିଲ୍ଲାରୁ ଜଣେ ଲେଖାଏଁ ରହିଛନ୍ତି ।

ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୨୮୫୨୦୬ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୨୩୪୦ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୧୨୭୩୭୩୪ଜଣ ସୁସ୍ଥ ହୋଇଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୨୯୩୦୮୨୬୦ସାମ୍ପୁଲ ଟେଷ୍ଟ୍ ହୋଇଛି ।

Show More

Related Articles

Back to top button