Breaking PLUSଓଡ଼ିଶାମୁଖ୍ୟ ଖବର

ରାଜ୍ୟରେ ଶେଷ ୨୪ଘଣ୍ଟାରେ ମହାମାରୀ ନେଲା ୫ ଜଣଙ୍କ ଜୀବନ

ଗତ ୨୪ ଘଣ୍ଟାରେ ୫୮୫ଜଣ କରୋନା ପଜିଟିଭ୍ ହୋଇଥିବା ବେଳେ ୫ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି ।

ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୮୧୭୫କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି ।ମୃତକଙ୍କ ମଧ୍ୟରେ ଖୋର୍ଦ୍ଧାରୁ ୨ ଜଣ ରହିଥିବା ବେଳେ କେନ୍ଦୁଝର, କୋରାପୁଟ ଓ ପୁରୀ ଜିଲ୍ଲାରୁ ଜଣେ ଲେଖାଏଁ ରହିଛନ୍ତି ।

ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୦୨୪୩୨୦ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୫୯୦୯ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୧୦୧୦୧୮୩ଜଣ ସୁସ୍ଥ ହୋଇଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୧୯୭୨୬୫୦୭ ସାମ୍ପୁଲ ଟେଷ୍ଟ୍ ହୋଇଛି ।

Show More

Related Articles

Back to top button