Breaking PLUSଓଡ଼ିଶାମୁଖ୍ୟ ଖବର

ରାଜ୍ୟରେ ଶେଷ ୨୪ଘଣ୍ଟାରେ ମହାମାରୀ ନେଲା ଆଉ ୪ଜୀବନ

ଏବେ ସୁଦ୍ଧା ରାଜ୍ୟରେ ୨୬୪୭୯୩୯୮ ସାମ୍ପୁଲ ଟେଷ୍ଟ୍ ହୋଇଛି ।

ରାଜ୍ୟରେ ଗତ ୨୪ ଘଣ୍ଟାରେ ୧୦୨୭୩ ଜଣ କୋଭିଡ ପଜିଟିଭ୍ ଚିହ୍ନଟ ହୋଇଥିବା ବେଳେ ଆଉ ୪ଜଣଙ୍କ ଜୀବନ ନେଲା କରୋନା । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୮୪୭୬କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ଵାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି ।

ମୃତକଙ୍କ ମଧ୍ୟରେ ଭଦ୍ରକ ଓ ସୁନ୍ଦରଗଡ଼ ଜିଲ୍ଲାରୁ ଜଣେ ଲେଖାଁଏ ପୁରୁଷ ଆକ୍ରାନ୍ତ ରହିଥିବା ବେଳେ କଟକ ଓ ଜଗତସିଂହପୁର ଜିଲ୍ଲାର ଜଣେ ଲେଖାଁଏ ମହିଳା ଆକ୍ରାନ୍ତ ରହିଛନ୍ତି । ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୧୧୧୮୭୯ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୫୩୧୭୧ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୧୦୫୦୧୭୯ଜଣ ସୁସ୍ଥ ହୋଇଛନ୍ତି ।

Show More

Related Articles

Back to top button