Breaking PLUSଓଡ଼ିଶାମୁଖ୍ୟ ଖବର
ରାଜ୍ୟରେ ଶେଷ ୨୪ଘଣ୍ଟାରେ ମହାମାରୀ ନେଲା ଜଣଙ୍କର ଜୀବନ
ମୃତ୍ୟୁ ସଂଖ୍ୟା ୮୪୬୭କୁ ବୃଦ୍ଧି
ରାଜ୍ୟରେ ଗତ ୨୪ ଘଣ୍ଟାରେ ୧୮୯୭ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଥିବା ବେଳେ ଆଉ ଜଣଙ୍କ ଜୀବନ ନେଲା କରୋନା । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୮୪୬୭କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ଵାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି। ମୃତକ ଖୋର୍ଦ୍ଧା ଜିଲ୍ଲାର ବୋଲି ଜଣାପଡିଛି ।
ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୦୫୯୭୭୩ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୫୭୩୯ଟି ଆକ୍ଟିଭ୍ କେସ୍ ରହିଥିବା ବେଳେ ୧୦୪୫୫୧୪ଜଣ ସୁସ୍ଥ ହୋଇଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୨୫୮୯୪୦୬୭ ସାମ୍ପୁଲ ଟେଷ୍ଟ୍ ହୋଇଛି ।