Breaking PLUSଓଡ଼ିଶାମୁଖ୍ୟ ଖବର

ରାଜ୍ୟରେ ଶେଷ ୨୪ଘଂଟାରେ ମହାମାରୀ ନେଲା ଆଉ ଜଣଙ୍କ ଜୀବନ

ମୃତ୍ୟୁ ସଂଖ୍ୟା ୮୪୬୮କୁ ବୃଦ୍ଧି

ରାଜ୍ୟରେ ଗତ ୨୪ ଘଣ୍ଟାରେ ୨୭୦୩ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଥିବା ବେଳେ ଆଉ ଜଣଙ୍କ ଜୀବନ ନେଲା କରୋନା । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୮୪୬୮କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ଵାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି ।

ମୃତକ ଜଣଙ୍କ ଖୋର୍ଦ୍ଧା ଜିଲ୍ଲାର ଜଣେ ୭୮ ବର୍ଷୀୟ ମହିଳା ବୋଲି ଜଣାପଡିଛି । ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୦୬୨୪୭୬ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୮୨୩୭ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୧୦୪୫୭୧୮ଜଣ ସୁସ୍ଥ ହୋଇଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୨୫୯୬୩୦୩୭ ସାମ୍ପୁଲ ଟେଷ୍ଟ୍ ହୋଇଛି ।

Show More

Related Articles

Back to top button