ଓଡ଼ିଶାମୁଖ୍ୟ ଖବର

ରାଜ୍ୟରେ ଶେଷ ୨୪ଘଣ୍ଟାରେ ମହାମାରୀ ନେଲା ଆଉ ଜଣଙ୍କ ଜୀବନ

ମୃତ୍ୟୁସଂଖ୍ୟା ୮୪୪୭କୁ ବୃଦ୍ଧି

ରାଜ୍ୟରେ ଗତ ୨୪ ଘଣ୍ଟାରେ ୧୮୩ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଥିବା ବେଳେ ଆଉ ଜଣେ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ଜନିତ ମୃତ୍ୟୁ ସଂଖ୍ୟା ୮୪୪୭ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି । ମୃତକ କେନ୍ଦ୍ରାପଡ଼ା ଜିଲ୍ଲାରୁ ବୋଲି ଜଣାପଡିଛି ।

ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୦୫୩୩୪୯ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୧୮୦୪ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୧୦୪୩୦୪୫ଜଣ ସୁସ୍ଥ ହୋଇଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୨୪୯୯୨୦୮୮ସାମ୍ପୁଲ ଟେଷ୍ଟ୍ ହୋଇଛି ।

Show More

Related Articles

Back to top button