Breaking PLUSଓଡ଼ିଶାମୁଖ୍ୟ ଖବର

ରାଜ୍ୟରେ ଶେଷ ୨୪ଘଣ୍ଟାରେ ମହାମାରୀ ନେଲା ୩ ଜଣଙ୍କ ଜୀବନ

ମୃତ୍ୟୁ ସଂଖ୍ୟା ୮୪୮୧କୁ ବୃଦ୍ଧି

ରାଜ୍ୟରେ ଗତ ୨୪ ଘଣ୍ଟାରେ ୧୧୧୭୭ ଜଣ କୋଭିଡ ପଜିଟିଭ୍ ଚିହ୍ନଟ ହୋଇଥିବା ବେଳେ ଆଉ ୩ଜଣଙ୍କ ଜୀବନ ନେଲା କରୋନା । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୮୪୮୧କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ଵାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି । ମୃତକଙ୍କ ମଧ୍ୟରେ ସୁନ୍ଦରଗଡ଼, ନୟାଗଡ଼, ଗଞ୍ଜାମ ଜିଲ୍ଲାରୁ ଜଣେ ଲେଖାଏଁ ରହିଛନ୍ତି ।

ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୧୩୩୯୧୨ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୬୯୭୬୩ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୧୦୫୫୬୧୫ଜଣ ସୁସ୍ଥ ହୋଇଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୨୬୬୩୧୪୫୪ ସାମ୍ପୁଲ ଟେଷ୍ଟ୍ ହୋଇଛି ।

Show More

Related Articles

Back to top button