ଓଡ଼ିଶାମୁଖ୍ୟ ଖବର

ଶେଷ ୨୪ଘଣ୍ଟାରେ ରାଜ୍ୟରେ କରୋନା ନେଲା ୬୭ ଜଣଙ୍କ ଜୀବନ

ଗତ ୨୪ ଘଣ୍ଟା ମଧ୍ୟରେ ୧୯୪୮ ଜଣ କୋଭିଡ୍ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୬୭ ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି

ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୫୩୦୮କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି ।ମୃତକଙ୍କ ମଧ୍ୟରୁ ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୨୦ଜଣ ରହିଥିବା ବେଳେ ବାଲେଶ୍ୱର ଜିଲ୍ଲାରୁ ୮ଜଣ ରହିଛନ୍ତି । ବରଗଡ଼ ଜିଲ୍ଲାରୁ ୭ଜଣ ରହିଥିବା ବେଳେ ନବରଙ୍ଗପୁର ଜିଲ୍ଲାରୁ ୬ଜଣ ରହିଛନ୍ତି । ଅନୁଗୁଳ, ପୁରୀ, ରାୟଗଡ଼ା ଜିଲ୍ଲାରୁ ୫ଜଣ ଲେଖାଏଁ ରହିଥିବା ବେଳେ ଢେଙ୍କାନାଳ ଜିଲ୍ଲାରୁ ୪ଜଣ ରହିଛନ୍ତି ।

ସେହିପରି କନ୍ଧମାଳ, ମୟୁରଭଞ୍ଜ ଜିଲ୍ଲାରୁ ୨ଜଣ ଲେଖାଏଁ ରହିଥିବା ବେଳେ କଳାହାଣ୍ଡି, କେନ୍ଦ୍ରାପଡ଼ା, ନୂଆପଡ଼ା ଜିଲ୍ଲାରୁ ଜଣେ ଲେଖାଏଁ ରହିଛନ୍ତି ।ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୯୬୧୯୩୪ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୧୯୬୨୩ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୯୩୬୯୫୦ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ବର୍ତ୍ତମାନ ସୁଦ୍ଧା ରାଜ୍ୟରେ କରୋନା ଯୋଗୁଁ ମୃତ୍ୟୁ ସଂଖ୍ୟା ୫୩୦୮ ପହଞ୍ଚିଥିବା ବେଳେ ଅନ୍ୟରୋଗ ଯୋଗୁଁ ମୃତ୍ୟୁ ସଂଖ୍ୟା ୫୩ରେ ପହଞ୍ଚିଛି । ଏବେ ସୁଦ୍ଧା ରାଜ୍ୟରେ ୧୫୩୫୭୭୭୧ ସାମ୍ପୁଲ ଟେଷ୍ଟ୍ ହୋଇଛି ।

Show More

Related Articles

Back to top button