ଦେଶ ବିଦେଶମୁଖ୍ୟ ଖବର

ଦେଶରେ ଶେଷ ୨୪ ଘଣ୍ଟାରେ ବାହାରିଲେ ୪୨ ହଜାରରୁ ଅଧିକ ପଜିଟିଭ୍

୧୨୦୬ ମୃତ

ଦେଶରେ କରୋନା ସଂକ୍ରମଣ କମିବାରେ ଲାଗିଛି। ୪ ଲକ୍ଷ ଟ୍ରେଣ୍ଡ୍ ପରେ ଦୈନିକ ଆକ୍ରାନ୍ତ ସଂଖ୍ୟା ୨ ଲକ୍ଷ ଓ ଏବେ ୧ ଲକ୍ଷ ତଳକୁ ଖସିଛି । ଏହା ମଧ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୫୦ ହଜାରରୁ କମ୍ କରୋନା ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ୧୨୦୬ ଜଣଙ୍କ ମୃତ୍ୟୁ ହୋଇଛି ।ସ୍ୱାସ୍ଥ୍ୟ ମନ୍ତ୍ରଣାଳୟର ରିପୋର୍ଟ ଅନୁସାରେ, ୨୪ ଘଣ୍ଟାରେ ୪୨୨୫୪ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ।

ଦେଶରେ କରୋନା ଜନିତ ଦୈନିକ ମୃତ୍ୟୁ ସଂଖ୍ୟା ୧୨୦୦ ଟପିଛି। ୨୪ ଘଣ୍ଟା ମଧ୍ୟରେ ୧୨୦୬ ଜଣଙ୍କ ମୃତ୍ୟୁ ଘଟିଛି । ସେହିପରି ନୂତନ ଆକ୍ରାନ୍ତଙ୍କୁ ମିଶାଇ ଦେଶରେ ସମୁଦାୟ ସଂକ୍ରମିତଙ୍କ ସଂଖ୍ୟା ୩କୋଟି ୭ ଲକ୍ଷ ୯୫ ହଜାର ୭୧୬ରେ ପହଞ୍ଚିଛି।ଏତତ୍ ବ୍ୟତୀତ ମୃତ୍ୟୁସଂଖ୍ୟା ୪ ଲକ୍ଷ ୭ ହଜାର ୧୪୫ରେ ପହଞ୍ଚିଛି। ସମୁଦାୟ ଆରୋଗ୍ୟ ସଂଖ୍ୟା ୨ କୋଟି ୯୯ ଲକ୍ଷ ୩୩ ହଜାର ୫୩୮ରେ ପହଁଚିଛି। ଦେଶରେ ଏବେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ରହିଛି ୪୫୫୦୩୩।

Show More

Related Articles

Back to top button