ଓଡ଼ିଶାମୁଖ୍ୟ ଖବର

ଆସନ୍ତା ୨୪ ଘଣ୍ଟା ମଧ୍ୟରେ ୧୧ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା

ୟେଲୋ ୱାର୍ଣ୍ଣିଂ ଜାରି

ଆସନ୍ତା ୨୪ ଘଣ୍ଟା ମଧ୍ୟରେ ରାଜ୍ୟର ୧୧ଟି ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା ରହିଛି । ୧୧ ଜିଲ୍ଲା ହେଲା- ଭଦ୍ରକ, କେନ୍ଦ୍ରାପଡ଼ା, ଜଗତସିଂହପୁର, ବାଲେଶ୍ବର, ମୟୂରଭଞ୍ଜ, କେନ୍ଦୁଝର, ସୁନ୍ଦରଗଡ଼, ଝାରସୁଗୁଡ଼ା, ଦେବଗଡ଼, ସମ୍ବଲପୁର ଓ ବରଗଡ଼ । ଏହିସବୁ ଜିଲ୍ଲାଗୁଡ଼ିକର ଗୋଟିଏ ଏବଂ ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ସମ୍ଭାବନା ରହିଛି । ଫଳରେ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି ।

ସେହିପରି ଅଗଷ୍ଟ ୨୦ ତାରିଖ ମଧ୍ୟରେ ସୁନ୍ଦରଗଡ଼, ବରଗଡ଼, ଝାରସୁଗୁଡ଼ା ଓ ସମ୍ବଲପୁର ଆଦି ଜିଲ୍ଲାର ପ୍ରବଳ ବର୍ଷା ସମ୍ଭାବନା ରହିଛି । ଏହିସବୁ ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ସମ୍ଭାବନା ରହିଛି। ଏହି ଜିଲ୍ଲାଗୁଡ଼ିକୁ ବି ପାଣିପାଗ କେନ୍ଦ୍ର ପକ୍ଷରୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।

Show More

Related Articles

Back to top button