Breaking PLUSଓଡ଼ିଶାମୁଖ୍ୟ ଖବର

ରାଜ୍ୟରେ ୩୦୦ ଅତିକ୍ରମ କଲା ଓମିକ୍ରନ୍ ଆକ୍ରାନ୍ତଙ୍କ ସଂଖ୍ୟା

ଚିହ୍ନଟ ହେଲେ ଆଉ ୧୪୫ ସଂକ୍ରମିତ

ରାଜ୍ୟରେ ଚିହ୍ନଟ ହେଲେ ଆଉ ୧୪୫ ନୂଆ ଓମିକ୍ରନ୍ ସଂକ୍ରମିତ । ଏହାକୁ ମିଶାଇ ରାଜ୍ୟରେ ମୋଟ୍ ସଂକ୍ରମିତଙ୍କ ସଂଖ୍ୟା ୩୪୭କୁ ବୃଦ୍ଧି ପାଇଛି । ଆଉ ୧୪୫ ଓମିକ୍ରନ୍ ସଂକ୍ରମିତ ଚିହ୍ନଟ ନେଇ ସ୍ବାସ୍ଥ୍ୟ ବିଭାଗକୁ ILS ଅବଗତ କରିଛି । ଡିସେମ୍ବର ୨୧ରେ ରାଜ୍ୟରେ ପ୍ରଥମ ଓମିକ୍ରନ୍ ଆକ୍ରାନ୍ତ ଚିହ୍ନଟ ହୋଇଥିଲେ । ରାଜ୍ୟରେ ପ୍ରଥମ ଭାବେ ଡିସେମ୍ବର ୨୧ ତାରିଖରେ ୨ ଜଣ ଓମିକ୍ରନ୍‌ ଆକ୍ରାନ୍ତ ଚିହ୍ନଟ ହୋଇଥିଲେ । ପରେ ଡିସେମ୍ବର ୨୩ ତାରିଖରେ ଆଉ ୨ ଜଣ ଓମିକ୍ରନ୍‌ ଆକ୍ରାନ୍ତ ଚିହ୍ନଟ ହୋଇଥିଲେ । ୨୬ ତାରିଖରେ ଆଉ ୪ ଜଣ, ୨୯ ତାରିଖରେ ଜଣେ, ୩୦ ତାରିଖରେ ୫ ଜଣ ଓମିକ୍ରନ୍ ଆକ୍ରାନ୍ତ ଚିହ୍ନଟ ହୋଇଥିଲେ ।

ଜାନୁଆରୀ ୨ ତାରିଖରେ ୨୩ ଜଣ, ୫ ତାରିଖରେ ୨୪ ଜଣ, ୮ ତାରିଖରେ ୧୪ ଜଣ, ୧୨ ତାରିଖରେ ୬୭ ଜଣ, ୧୫ ତାରିଖରେ ୩୨ ଜଣ ସଂକ୍ରମିତ ହୋଇଥିବା ବେଳେ ୧୯ ତାରିଖରେ ୧୪୫ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ ଓମିକ୍ରନ୍ ଆକ୍ରାନ୍ତ ସଂଖ୍ୟା ୩୪୭କୁ ବୃଦ୍ଧି ହୋଇଛି । ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୧୬୭୦୯୪ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୮୪୭୭୦ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୧୦୭୩୭୭୭ଜଣ ସୁସ୍ଥ ହୋଇଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୨୬୮୪୨୦୬୩ ସାମ୍ପୁଲ ଟେଷ୍ଟ୍ ହୋଇଛି ।

Show More

Related Articles

Back to top button