ଓଡ଼ିଶାମୁଖ୍ୟ ଖବର

ରାଜ୍ୟରେ କରୋନା ନେଲା ସର୍ବାଧିକ ୪୦ ଜଣଙ୍କ ଜୀବନ

୨୮୩୧ରେ ପହଞ୍ଚିଲା ମୃତ୍ୟୁସଂଖ୍ୟା

ରାଜ୍ୟରେ କିଛି ଦିନ କରୋନା ଆକ୍ରାନ୍ତଙ୍କ ସଂଖ୍ୟା କମିଥିବା ବେଳେ ପୁଣି ସଂଖ୍ୟା ଧିରେ ଧିରେ କମିବାବାରେ ଲାଗିଛି । କିନ୍ତୁ କରୋନା ଜନିତ ମୃତ୍ୟୁସଂଖ୍ୟା କମିବାର ନାଁ ନେଉନି । ଗତ ୨୪ ଘଣ୍ଟା ମଧ୍ୟରେ ୮୩୯୯ ଜଣ କୋଭିଡ୍ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୪୦ ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୨୮୩୧କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି ।ମୃତକଙ୍କ ମଧ୍ୟରୁ ଅନୁଗୁଳ, କଟକ, ଖୋର୍ଦ୍ଧା ଓ କଳାହାଣ୍ଡି ଜିଲ୍ଲାରୁ ୫ ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ଝାରସୁଗୁଡାରୁ ୪, ବୌଦ୍ଧ ଓ ରାୟଗଡାରୁ ୩ ଜଣ ଲେଖାଏଁ ରହିଛନ୍ତି । ସେହିପରି ସମ୍ବଲପୁର ଓ ନବରଙ୍ଗପୁର, ଦେଓଗଡରୁ ୨ ରହିଥିବା ବେଳେ ବାଲେଶ୍ଵର, ଢେଙ୍କାନାଳ, ଯାଜପୁର, ମାଲକାନଗିରିରୁ ଜଣେ ରହିଛନ୍ତି।

ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୭୮୨୧୩୧ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୮୭୨୨୦୮୯ ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୭୯୨୦୨୭ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ଏହାସହ ବର୍ତ୍ତମାନ ପର୍ଯ୍ୟନ୍ତ ରାଜ୍ୟରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୨୮୩୧କୁ ବୃଦ୍ଧି ପାଇଥିବା ବେଳେ ୫୩ଜଣଙ୍କର ଅଣ କୋଭିଡ଼ ଯୋଗୁଁ ମୃତ୍ୟୁ ହୋଇଛି । ଏବେ ସୁଦ୍ଧା ରାଜ୍ୟରେ ୧୧୯୦୨୦୪୮ ସାମ୍ପୁଲ ଟେଷ୍ଟ୍ ହୋଇଛି ।

Show More

Related Articles

Back to top button