ଓଡ଼ିଶାମୁଖ୍ୟ ଖବର

ରାଜ୍ୟରେ କମୁଛି ସଂକ୍ରମଣ

ଗତ ୨୪ଘଣ୍ଟାରେ ଚିହ୍ନଟ ହେଲେ ୮୩୯୯ କରୋନା ସଂକ୍ରମିତ

ଜୁନ ଆଣିଦେଉଛି ଆଶ୍ୱସ୍ତିକର ଖବର । ରାଜ୍ୟରେ ଧୀରେ ଧୀରେ ତଳକୁ ଖସୁଛି ସଂକ୍ରମଣର ପାରା । ପ୍ରତିଦିନ ଚିହ୍ନଟ ହେଉଥିବା ନୂଆ ଆକ୍ରାନ୍ତଙ୍କ ସଂଖ୍ୟା ଧିରେ ଧିରେ କମୁଛି । ଗତ ୨୪ ଘଣ୍ଟା ମଧ୍ୟରେ ୮୩୯୯ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୭୮୨୧୩୧ ରେ ପହଞ୍ଚିଛି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୪୭୪୧ ଜଣ କ୍ବାରେଣ୍ଟାଇନ୍‌ରେ ରହିଥିବା ବେଳେ ୩୬୫୮ ଜଣ ସ୍ଥାନୀୟ ବାସିନ୍ଦା ରହିଛନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ଅନୁଗୁଳ ଜିଲ୍ଲାରୁ ୪୬୮, ବାଲେଶ୍ୱରରୁ ୨୪୦, ଭଦ୍ରକରୁ ୧୪୭, ବଲାଙ୍ଗୀରରୁ ୧୧୬, ବୌଦ୍ଧରୁ ୧୬୬, 7. କଟକରୁ ୭୬୬, ଦେବଗଡରୁ ୮୧, ଢେଙ୍କାନାଳରୁ ୪୫୧, ହଜପତିରୁ ୮୦, ଗଞ୍ଜାମରୁ ୬୫, ଜଗତସିଂହପୁରରୁ ୨୬୯, ଯାୟପୁରରୁ ୫୧୪, ଝାରସୁଗୁଡାରୁ ୫୩, କଳାହାଣ୍ଡିରୁ ୧୯୦, କନ୍ଧମାଳରୁ ୯୫, କେନ୍ଦ୍ରାପଡାରୁ ୨୧୦, କେନ୍ଦୁଝରରୁ ୧୮୬, ଖୋର୍ଦ୍ଧାରୁ ୧୧୦୨, କୋରାପୁଟରୁ ୧୭୮, ମାଲକାନଗିରିରୁ ୧୨୮, ମୟରୁଭଞ୍ଜରୁ ୪୫୮, ନବରଙ୍ଗପୁରରୁ ୨୦୦, ନୟାଗଡରୁ ୨୨୩, ନୂଆପାଡରୁ ୩୪, ପୁରୀରୁ ୪୭୫, ରାୟଗଡାରୁ ୨୯୨, ସମ୍ୱଲପୁରରୁ ୧୯୧, ସୋନପୁରରୁ ୧୪୩, ସୁନ୍ଦରଗଡରୁ ୪୭୭ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ।

ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୭୮୨୧୩୧ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୮୭୨୨୦୮୯ ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୭୯୨୦୨୭ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୧୧୯୦୨୦୪୮ ସାମ୍ପୁଲ ଟେଷ୍ଟ୍ ହୋଇଛି ।

Show More

Related Articles

Back to top button