ଓଡ଼ିଶାମୁଖ୍ୟ ଖବର

ରାଜ୍ୟରେ ୫ ଦିନ ଯାଏଁ ପ୍ରବଳରୁ ଅତିପ୍ରବଳ ବର୍ଷା

ଜାରି ହେଲା ୟେଲୋ ଓ୍ୱାର୍ଣ୍ଣିଂ

ଆଗାମୀ ୫ ଦିନ ପର୍ଯ୍ୟନ୍ତ ରାଜ୍ୟର ଅଧିକାଂଶ ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ୧୬ ଓ ୧୭ତାରିଖରେ ଅଧିକାଂଶ ଜିଲ୍ଲାରେ ପ୍ରବଳରୁ ଅତିପ୍ରବଳ ବର୍ଷା ହେବ। ଭୁବନେଶ୍ବର ପାଣିପାଗ କେନ୍ଦ୍ର ଏହିପରି ପୂର୍ବାନୁମାନ କରିଛି ।ରାଜ୍ୟର ସମସ୍ତ ଜିଲ୍ଲାରେ ପ୍ରବଳ ବର୍ଷା ହେବାକୁ ଥିବାରୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି। ପାଣିପାଗ କେନ୍ଦ୍ରର ସୂନଚା ଅନୁଯାୟୀ, ପଶ୍ଚିମ-କେନ୍ଦ୍ରୀୟ ବଙ୍ଗୋପସାଗର ତଥା ଉତ୍ତର ଆନ୍ଧ୍ର ଉପକୂଳ ଅଞ୍ଚଳରେ ରହିଥିବା ଘୂର୍ଣ୍ଣିବଳୟର ଗତି ଓଡ଼ିଶା ଅଭିମୁଖେ ରହିବ। ଫଳରେ ୧୫ରୁ ୧୭ ତାରିଖ ଯାଏ ଓଡ଼ିଶାର ଅଧିକାଂଶ ସ୍ଥାନରେ ବର୍ଷା ସମ୍ଭାବନା ରହୁଛି। ୧୬ ଓ ୧୭ ତାରିଖରେ ଘୂର୍ଣ୍ଣିବଳୟ ପ୍ରଭାବରେ ରାଜ୍ୟର କେତେକ ଜିଲ୍ଲାରେ ପ୍ରବଳରୁ ଅତିପ୍ରବଳ ବର୍ଷାର ସମ୍ଭାବନା ରହିଛି।

ବିଶେଷକରି ବାଲେଶ୍ବର, କେନ୍ଦୁଝର, ମୟୂରଭଞ୍ଜ, ଗଞ୍ଜାମ, ଗଜପତି, ମାଲକାନଗିରି, କୋରାପୁଟ, ନବରଙ୍ଗପୁର, କଳାହାଣ୍ଡି ଓ କନ୍ଧମାଳ ଜିଲ୍ଲାର କିଛି କିଛି ସ୍ଥାନରେ ପ୍ରବଳ ବର୍ଷାର ସମ୍ଭାବନା ରହିଛି। ୧୬ରେ ବଲାଙ୍ଗୀର, ନୂଆପଡ଼ା, କଳାହାଣ୍ଡି, କନ୍ଧମାଳ, ନବରଙ୍ଗପୁର ଆଦି ଜିଲ୍ଲାରେ ପ୍ରବଳରୁ ଅତିପ୍ରବଳ ବର୍ଷା ଏବଂ କୋରାପୁଟ, ରାୟଗଡ଼ା, ମାଲକାନଗିରି, ସୋନପୁର, ବୌଦ୍ଧ, ଅନୁଗୁଳ, ଢେଙ୍କାନାଳ, ଗଜପତି, କେନ୍ଦୁଝର, ମୟୂରଭଞ୍ଜ, କଟକ, ଖୋର୍ଧା ଓ ନୟାଗଡ଼ ଆଦି ଜିଲ୍ଲାରେ ପ୍ରବଳ ବର୍ଷା ହେବ। ୧୭ରେ ମଧ୍ୟ ରାଜ୍ୟର କେତେକ ଜିଲ୍ଲାରେ ପ୍ରବଳରୁ ଅତିପ୍ରବଳ ବର୍ଷିବାର ସମ୍ଭାବନା ରହୁଛି।

Show More

Related Articles

Back to top button