ଓଡ଼ିଶାମୁଖ୍ୟ ଖବର

ରାଜ୍ୟରେ ୨୪ ଘଣ୍ଟାରେ ୪୪୬୯ କୋଭିଡ୍ ପଜିଟିଭ୍ ଚିହ୍ନଟ

ରାଜ୍ୟରେ ଧୀରେ ଧୀରେ ତଳକୁ ଖସୁଛି ସଂକ୍ରମଣର ପାରା । ପ୍ରତିଦିନ ଚିହ୍ନଟ ହେଉଥିବା ନୂଆ ଆକ୍ରାନ୍ତଙ୍କ ସଂଖ୍ୟା ଧିରେ ଧିରେ କମୁଛି

ଗତ ୨୪ ଘଣ୍ଟା ମଧ୍ୟରେ ୪୪୬୯ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୮୫୧୭୮୨ରେ ପହଞ୍ଚିଛି । ତେବେ ଆଜି ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୨୫୪୬ଜଣ କ୍ୱାରେଣ୍ଟାଇନ୍‌ରୁ ହୋଇଥିବା ବେଳେ ୧୯୨୩ଜଣ ଲୋକାଲ୍‌ କେସ୍‌ ରହିଛନ୍ତି ।ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ଅନୁଗୁଳ ଜିଲ୍ଲାରୁ ୨୨୬ଜଣ, ବାଲେଶ୍ୱର ଜିଲ୍ଲାରୁ ୩୧୮ଜଣ, ବରଗଡ଼ ଜିଲ୍ଲାରୁ ୮୫ଜଣ, ଭଦ୍ରକ ଜିଲ୍ଲାରୁ ୧୬୫ଜଣ, ବଲାଙ୍ଗୀର ଜିଲ୍ଲାରୁ ୫୬ଜଣ, ବୌଦ୍ଧ ଜିଲ୍ଲାରୁ ୯୦ଜଣ, କଟକ ଜିଲ୍ଲାରୁ ୪୧୩ଜଣ, ଦେଓଗଡ଼ ଜିଲ୍ଲାରୁ ୨୩ଜଣ, ଢେଙ୍କାନାଳ ଜିଲ୍ଲାରୁ ୨୫୨ଜଣ, ଗଜପତି ଜିଲ୍ଲାରୁ ୨୬ଜଣ, ଗଞ୍ଜାମ ଜିଲ୍ଲାରୁ ୪୩ଜଣ, ଜଗତସିଂହପୁର ଜିଲ୍ଲାରୁ ୧୪୦ଜଣ, ଯାଜପୁର ଜିଲ୍ଲାରୁ ୩୭୦ଜଣ, ଝାରସୁଗୁଡ଼ା ଜିଲ୍ଲାରୁ ୨୭ଜଣ, କଳାହାଣ୍ଡି ଜିଲ୍ଲାରୁ ୯୨ଜଣ, କନ୍ଧମାଳ ଜିଲ୍ଲାରୁ ୨୮ଜଣ, କେନ୍ଦ୍ରାପଡ଼ା ଜିଲ୍ଲାରୁ ୫୯ଜଣ, କେନ୍ଦୁଝର ଜିଲ୍ଲାରୁ ୯୬ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୬୧୨ଜଣ, କୋରାପୁଟ ଜିଲ୍ଲାରୁ ୮୭ଜଣ, ମାଲକାନଗିରି ଜିଲ୍ଲାରୁ ୭୫ଜଣ, ମୟୁରଭଞ୍ଜ ଜିଲ୍ଲାରୁ ୨୧୬ଜଣ, ନବରଙ୍ଗପୁର ଜିଲ୍ଲାରୁ ୧୧୮ଜଣ, ନୟାଗଡ଼ ଜିଲ୍ଲାରୁ ୧୨୮ଜଣ, ନୂଆପଡ଼ା ଜିଲ୍ଲାରୁ ୧୪ଜଣ, ପୁରୀ ଜିଲ୍ଲାରୁ ୨୪୩ଜଣ, ରାୟଗଡ଼ା ଜିଲ୍ଲାରୁ ୧୩୭ଜଣ, ସମ୍ବଲପୁର ଜିଲ୍ଲାରୁ ୬୧ଜଣ, ସୋନପୁର ଜିଲ୍ଲାରୁ ୬୦ଜଣ, ସୁନ୍ଦରଗଡ଼ ଜିଲ୍ଲାରୁ ୧୦୩ଜଣ, ଷ୍ଟେଟ୍‌ ପୁଲ୍‌ରୁ ୧୦୬ଜଣ ରହିଛନ୍ତି ।

ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୮୫୧୭୮୨ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୫୯୩୬୧ ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୭୮୯୦୬୬ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୧୨୬୫୨୩୯୭ ସାମ୍ପୁଲ ଟେଷ୍ଟ୍ ହୋଇଛି ।

Show More

Related Articles

Back to top button