ଓଡ଼ିଶାମୁଖ୍ୟ ଖବର

ରାଜ୍ୟରେ ଶେଷ ୨୪ଘଣ୍ଟାରେ ବାହାରିଲେ ୧୭୦୩ କରୋନା ପଜିଟିଭ୍

ରାଜ୍ୟରେ ଧୀରେ ଧୀରେ ତଳକୁ ଖସୁଛି ସଂକ୍ରମଣର ପାରା । ପ୍ରତିଦିନ ଚିହ୍ନଟ ହେଉଥିବା ନୂଆ ଆକ୍ରାନ୍ତଙ୍କ ସଂଖ୍ୟା ଧିରେ ଧିରେ କମୁଛି ।

ଗତ ୨୪ ଘଣ୍ଟା ମଧ୍ୟରେ ୧୭୦୩ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୯୭୨୫୧୭ରେ ପହଞ୍ଚିଛି । ତେବେ ଆଜି ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୯୮୮ଜଣ କ୍ୱାରେଣ୍ଟାଇନ୍‌ରୁ ହୋଇଥିବା ବେଳେ ୭୧୫ ଜଣ ଲୋକାଲ୍‌ କେସ୍‌ ରହିଛନ୍ତି ।ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ଅନୁଗୁଳ ଜିଲ୍ଲାରୁ ୫୯ଜଣ, ବାଲେଶ୍ୱର ଜିଲ୍ଲାରୁ ୮୮ଜଣ, ବରଗଡ଼ ଜିଲ୍ଲାରୁ ୬ଜଣ, ଭଦ୍ରକ ଜିଲ୍ଲାରୁ ୭୦ଜଣ, ବଲାଙ୍ଗୀର ଜିଲ୍ଲାରୁ ୩ଜଣ, ବୌଦ୍ଧ ଜିଲ୍ଲାରୁ ୪ଜଣ, କଟକ ଜିଲ୍ଲାରୁ ୨୪୦ଜଣ, ଦେଓଗଡ଼ ଜିଲ୍ଲାରୁ ୯ଜଣ, ଢେଙ୍କାନାଳ ଜିଲ୍ଲାରୁ ୫୨ଜଣ, ଗଜପତି ଜିଲ୍ଲାରୁ ୩ଜଣ, ଗଞ୍ଜାମ ଜିଲ୍ଲାରୁ ୧୦ଜଣ, ଜଗତସିଂହପୁର ଜିଲ୍ଲାରୁ ୫୧ଜଣ, ଯାଜପୁର ଜିଲ୍ଲାରୁ ୮୫ଜଣ, ଝାରସୁଗୁଡ଼ା ଜିଲ୍ଲାରୁ ୫ଜଣ, କଳାହାଣ୍ଡି ଜିଲ୍ଲାରୁ ୧୨ଜଣ, କନ୍ଧମାଳ ଜିଲ୍ଲାରୁ ୮ଜଣ, କେନ୍ଦ୍ରାପଡ଼ା ଜିଲ୍ଲାରୁ ୧୪୯ଜଣ, କେନ୍ଦୁଝର ଜିଲ୍ଲାରୁ ୨୮ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୩୮୬ଜଣ,

କୋରାପୁଟ ଜିଲ୍ଲାରୁ ୫ଜଣ, ମାଲକାନଗିରି ଜିଲ୍ଲାରୁ ୪ଜଣ, ମୟୁରଭଞ୍ଜ ଜିଲ୍ଲାରୁ ୬୨ଜଣ, ନବରଙ୍ଗପୁର ଜିଲ୍ଲାରୁ ୪ଜଣ, ନୟାଗଡ଼ ଜିଲ୍ଲାରୁ ୪୬ଜଣ, ନୂଆପଡ଼ା ଜିଲ୍ଲାରୁ ୩ଜଣ, ପୁରୀ ଜିଲ୍ଲାରୁ ୧୩୯ଜଣ, ରାୟଗଡ଼ା ଜିଲ୍ଲାରୁ ୩୩ଜଣ, ସମ୍ବଲପୁର ଜିଲ୍ଲାରୁ ୧୫ଜଣ, ସୋନପୁର ଜିଲ୍ଲାରୁ ୧୦ଜଣ, ସୁନ୍ଦରଗଡ଼ ଜିଲ୍ଲାରୁ ୪୩ଜଣ, ଷ୍ଟେଟ ପୁଲ୍‌ରୁ ୭୧ଜଣ ରହିଛନ୍ତି ।ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୯୭୨୫୧୭ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୧୭୪୧୧ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୯୪୯୩୫୦ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୧୫୭୯୭୬୩୦ ସାମ୍ପୁଲ ଟେଷ୍ଟ୍ ହୋଇଛି ।

Show More

Related Articles

Back to top button