ଓଡ଼ିଶାମୁଖ୍ୟ ଖବର

ରାଜ୍ୟରେ କରୋନା ନେଲା ୬୪ ଜଣଙ୍କ ଜୀବନ

ରାଜ୍ୟରେ କିଛି ଦିନ କରୋନା ଆକ୍ରାନ୍ତଙ୍କ ସଂଖ୍ୟା କମିଥିବା ବେଳେ ମୃତ୍ୟୁସଂଖ୍ୟା କିନ୍ତୁ କମୁନାହିଁ । ଗତ ୨୪ ଘଣ୍ଟା ମଧ୍ୟରେ ୨୦୭୦ ଜଣ କୋଭିଡ୍ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୬୪ ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି ।

ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୪୯୨୫କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି ।ଖୋର୍ଦ୍ଧାରୁ ୨୨, ବରଗଡରୁ ୧୦, ବାଲେଶ୍ୱରରୁ ୮, ସୁନ୍ଦରଗଡରୁ ୭, ଗଞ୍ଜାମରୁ ୬, କନ୍ଧମାଳ ଓ ସମ୍ବଲପୁରରୁ ୨ ଜଣ ଲେଖାଏଁ, ବୌଦ୍ଧ, କଳାହାଣ୍ଡି, କେନ୍ଦ୍ରାପଡା, ମୟୂରଭଞ୍ଜ, ନୂଆପଡା, ପୁରୀ, ରାୟଗଡାରୁ ଜଣେ ଲେଖାଏଁ ଆକ୍ରାନ୍ତ ପ୍ରାଣ ହରାଇଛନ୍ତି ।

ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୯୪୯୯୨୯ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୨୧୭୪୨ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୯୨୩୨୦୯ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୧୪୯୧୫୫୦୪ ସାମ୍ପୁଲ ଟେଷ୍ଟ୍ ହୋଇଛି ।

Show More

Related Articles

Back to top button