ଓଡ଼ିଶାପାଣିପାଗ

ରାଜ୍ୟରେ ବଢ଼ୁଛି ତାତି

୪୦ ଡିଗ୍ରୀ ଉପରେ ୪ ଜିଲ୍ଲା, ଟିଟିଲାଗଡ଼ ସବୁଠାରୁ ଉତ୍ତପ୍ତ ସହର

ରାଜ୍ୟରେ ଆରମ୍ଭ ହୋଇଗଲାଣି ଗ୍ରୀଷ୍ମ ପ୍ରବାହ । ଦିନକୁ ଦିନ ବୃଦ୍ଧି ପାଇବାରେ ଲାଗିଛି ତାପମାତ୍ରା । ଆଜି ରାଜ୍ୟର ବିଭିନ୍ନ ସ୍ଥାନରେ ୪୦ ଡିଗ୍ରୀରୁ ଅଧିକ ରହିଛି ତାପମାତ୍ରା । ୪୧.୪ ଡିଗ୍ରୀ ତାପମାତ୍ରା ସହିତ ଟିଟିଲାଗଡ଼ ସବୁଠାରୁ ଉତ୍ତପ୍ତ ସହର । ଝାରସୁଗୁଡ଼ାରେ ତାପମାତ୍ରା ୩୯.୮ ଡିଗ୍ରୀ ରହିଥିବା ବେଳେ ବଲାଙ୍ଗୀରରେ ତାପମାତ୍ରା ୨୧.୩ ଡିଗ୍ରୀ ରହିଛି ।

ବୌଦ୍ଧରେ ତାପମାତ୍ରା ୪୦ ଡିଗ୍ରୀ ରହିଛି । ସେହିପରି ବାରିପଦାରେ ୩୯.୫, ସମ୍ୱଲପୁରରେ ୪୦, କଟକରେ ୩୫ ଡିଗ୍ରୀ, ଭବାନୀପାଟଣାରେ ୩୯.୬ ଏବଂ ଭୁବନେଶ୍ୱରରେ ୩୫.୬ ଡିଗ୍ରୀ ତାପମାତ୍ରା ରେକର୍ଡ କରାଯାଇଛି ।

Show More

Related Articles

Back to top button