ଓଡ଼ିଶାପାଣିପାଗମୁଖ୍ୟ ଖବର

ରାଜ୍ୟରେ ଦୁଇ ଦିନ ଶୁଖିଲା ରହିବ ପାଗ

୨୦ରୁ ଏହି ସବୁ ଜିଲ୍ଲାରେ ବର୍ଷା ସମ୍ଭାବନା

ଆସନ୍ତା ଦୁଇ ଦିନ ରାଜ୍ୟରେ ପାଗ ଶୁଖିଲା ରହିବ । ତାପମାତ୍ରାରେ ବିଶେଷ ପରିବର୍ତ୍ତନ ହେବ ନାହିଁ । ୨୦ ଓ ୨୧ ତାରିଖରେ କିଛି ସ୍ଥାନରେ ସ୍ୱଳ୍ପରୁ ମଧ୍ୟମ ଧରଣର ବର୍ଷା ହେବ ବୋଲି ପାଣିପାଗବିତ୍‌ ପୂର୍ବାନୁମାନ କରିଛନ୍ତି । ଶୁକ୍ରବାର ଓ ଶନିବାର ରାଜ୍ୟରେ ପାଗ ଶୁଖିଲା ରହିବ । ରାଜ୍ୟର କିଛି ସ୍ଥାନରେ ତାପମାତ୍ରା ସ୍ୱାଭାବିକଠୁ କମ୍‌ ଥିବାବେଳେ ଅଧିକାଂଶ ସ୍ଥାନରେ ସ୍ୱାଭାବିକ ରହିଛି । ୨୦ ଓ ୨୧ ତାରିଖରେ ରାଜ୍ୟରେ ସ୍ୱଳ୍ପରୁ ମଧ୍ୟମ ଧରଣର ବର୍ଷା ହେବ ବୋଲି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ନିର୍ଦ୍ଦେଶକ ଏଚ୍‌. ବିଶ୍ୱାସ ପୂର୍ବାନୁମାନ କରିଛନ୍ତି । ୨୦ରେ ସୁନ୍ଦରଗଡ଼, କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ୱର, ଭଦ୍ରକ, ଯାଜପୁର ଓ କେନ୍ଦ୍ରାପଡ଼ା ଜିଲ୍ଲାରେ ସ୍ୱଳ୍ପରୁ ମଧ୍ୟମ ଧରଣର ବର୍ଷା ହେବ ବୋଲି ସେ ଆକଳନ କରିଛନ୍ତି ।

ରାଜ୍ୟ ଅନ୍ୟ ସ୍ଥାନଗୁଡ଼ିକରେ ପାଗ ଶୁଖିଲା ରହିବ ବୋଲି ଶ୍ରୀ ବିଶ୍ୱାସ ପୂର୍ବାନୁମାନ କରିଛନ୍ତି । ଶୁକ୍ରବାର ରାଜ୍ୟରେ ଖରା ପାଗ ରହିବ । ରାତିରେ ମଧ୍ୟ ତାପମାତ୍ରା ବଢ଼ିବ । ଆକାଶରେ ବାଦଲ ରହିବ । ମାତ୍ର ବର୍ଷା ହେବାର ସମ୍ଭାବନା କମ ବୋଲି ସୋଆ ଜଳବାୟୁ ଓ ପାଣିପାଗ କେନ୍ଦ୍ର ନିର୍ଦ୍ଦେଶକ ଡ. ଶରତ ଚନ୍ଦ୍ର ସାହୁ ପୂର୍ବାନୁମାନ କରିଛନ୍ତି । ଗୁରୁବାର ରାଜଧାନୀ ଭୁବନେଶ୍ୱର, ଯାଜପୁର, ଆଠଗଡ଼ ସମେତ ବିଭିନ୍ନ ଅଞ୍ଚଳରେ ସ୍ୱଳ୍ପ ବର୍ଷା ହୋଇଛି ।

Show More

Related Articles

Back to top button