Breaking PLUSଓଡ଼ିଶାପାଣିପାଗମୁଖ୍ୟ ଖବର

ଦୁଇ ଦିନ ଖରାରେ ସିଝିବ ଓଡିଶା

ଏପ୍ରିଲ ୩ରୁ ବର୍ଷା ସମ୍ଭାବନା

ଶୁକ୍ରବାର ଓ ଶନିବାର ଗ୍ରୀଷ୍ମ ପ୍ରଭାବ ଜାରି ରହିବ। ଆସନ୍ତା ୩ ଓ ୪ ତାରିଖରେ ରାଜ୍ୟରେ ବର୍ଷା ସମ୍ଭାବନା ରହିଛି । ବର୍ଷା ଯୋଗୁ ତାତିରୁ ଆଶ୍ୱସ୍ତି ମିଳିବ । କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, ରାୟଗଡ଼ା ଓ ଗଜପତି ଜିଲ୍ଲା ସମେତ ଉତ୍ତର ଉପକୂଳ ଓଡ଼ିଶାରେ ଏହି ଦୁଇ ଦିନ ବର୍ଷା ହୋଇପାରେ ବୋଲି ଆଞ୍ଚଳିକ ପାଣିପାଗ ବିଭାଗ ପୂର୍ବାନୁମାନ କରିଛି । ଆସନ୍ତା ୩ଦିନ ପରେ ରାଜ୍ୟର ତାପମାତ୍ରା ୨ ଡିଗ୍ରୀ କମିବ ବୋଲି ଆକଳନ କରାଯାଇଛି । ରାଜ୍ୟର ୮ଟି ଜିଲ୍ଲାର ତାପମାତ୍ରା ଏବେ ୪୦ ଡିଗ୍ରୀ ଉପରେ ରହିଛି । ଟିଟିଲାଗଡ଼ରେ ସର୍ବାଧିକ ତାପମାତ୍ରା ୪୨.୨ ଡିଗ୍ରୀ ରେକର୍ଡ ହୋଇଛି । ଝାରସୁଗୁଡ଼ାରେ ୪୧.୨, ଭବାନୀପାଟଣାରେ ୪୧.୨, ବଲାଙ୍ଗୀରରେ ୪୧.୨, ବୌଦ୍ଧରେ ୪୧, ସମ୍ବଲପୁରରେ ୪୦.୧ ଓ ସୁନ୍ଦରଗଡ଼ରେ ୪୦ ଡିଗ୍ରୀ ତାପମାତ୍ରା ରେକର୍ଡ ହୋଇଛି ।

ଭୁବନେଶ୍ୱର ସମେତ ପୁରୀ, କଟକ, ପାରାଦୀପ, ବାଲେଶ୍ୱର ଓ ଗୋପାଳପୁରରେ ଦିନବେଳାର ତାପମାତ୍ରା ଅପେକ୍ଷାକୃତ କମ୍‌ ଥିଲା । ସେହିଭଳି ଫୁଲବାଣୀରେ ରାତିବେଳା ସର୍ବନିମ୍ନ ତାପମାତ୍ରା ମାତ୍ର ୧୯.୫ ଡିଗ୍ରୀ ରେକର୍ଡ ହୋଇଛି । ଆସନ୍ତା ଦୁଇ ଦିନ ରାଜ୍ୟରେ ଗ୍ରୀଷ୍ମ ଲହରୀ ଜାରି ରହିବ । ଶୁକ୍ରବାର ଓ ଶନିବାର ବଲାଙ୍ଗୀର, ସୋନପୁର, ବରଗଡ଼, ବୌଦ୍ଧ ଓ କଳାହାଣ୍ଡି ଜିଲ୍ଲାରେ ଗ୍ରୀଷ୍ମ ଲହରୀ ବହିବାର ଆଶଙ୍କା ଅଛି ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ କରିଛି । ବୟସ୍କ ଓ ଅସୁସ୍ଥ ବ୍ୟକ୍ତିଙ୍କ ପାଇଁ ଏହା ସ୍ୱାସ୍ଥ୍ୟଗତ ସମସ୍ୟା ଆଣିପାରେ ବୋଲି ବିଭାଗ ପକ୍ଷରୁ କୁହାଯାଇଛି ।

Show More

Related Articles

Back to top button