ଓଡ଼ିଶାମୁଖ୍ୟ ଖବର

ରାଜ୍ୟରେ ଖସୁଛି ସଂକ୍ରମଣ

ଗତ ୨୪ଘଣ୍ଟାରେ ଚିହ୍ନଟ ହେଲେ ୭୭୨୯ କରୋନା ସଂକ୍ରମିତ

ଜୁନ ଆଣିଦେଉଛି ଆଶ୍ୱସ୍ତିକର ଖବର । ରାଜ୍ୟରେ ଧୀରେ ଧୀରେ ତଳକୁ ଖସୁଛି ସଂକ୍ରମଣର ପାରା । ପ୍ରତିଦିନ ଚିହ୍ନଟ ହେଉଥିବା ନୂଆ ଆକ୍ରାନ୍ତଙ୍କ ସଂଖ୍ୟା ଧିରେ ଧିରେ କମୁଛି । ଗତ ୨୪ ଘଣ୍ଟା ମଧ୍ୟରେ ୭୭୨୯ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୭୯୮୬୯୯ରେ ପହଞ୍ଚିଛି ।

ତେବେ ଆଜି ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୪୩୩୧ଜଣ କ୍ୱାରେଣ୍ଟାଇନ୍‌ରୁ ହୋଇଥିବା ବେଳେ ୩୩୯୮ଜଣ ଲୋକାଲ୍‌ କେସ୍‌ ରହିଛନ୍ତି ।ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ଅନୁଗୁଳ ଜିଲ୍ଲାରୁ ୪୪୯ଜଣ, ବାଲେଶ୍ୱର ଜିଲ୍ଲାରୁ ୪୨୬ଜଣ, ବରଗଡ଼ ଜିଲ୍ଲାରୁ ୧୮୯ଜଣ, ଭଦ୍ରକ ଜିଲ୍ଲାରୁ ୨୮୭ଜଣ, ବଲାଙ୍ଗୀର ଜିଲ୍ଲାରୁ ୬୧ଜଣ, ବୌଦ୍ଧ ଜିଲ୍ଲାରୁ ୧୨୮ଜଣ, କଟକ ଜିଲ୍ଲାରୁ ୭୨୦ଜଣ, ଦେଓଗଡ଼ ଜିଲ୍ଲାରୁ ୭୨ଜଣ, ଢେଙ୍କାନାଳ ଜିଲ୍ଲାରୁ ୨୫୨ଜଣ, ଗଜପତି ଜିଲ୍ଲାରୁ ୬୮ଜଣ, ଗଞ୍ଜାମ ଜିଲ୍ଲାରୁ ୧୫୩ଜଣ, ଜଗତସିଂହପୁର ଜିଲ୍ଲାରୁ ୨୫୫ଜଣ, ଯାଜପୁର ଜିଲ୍ଲାରୁ ୩୮୮ଜଣ, ଝାରସୁଗୁଡ଼ା ଜିଲ୍ଲାରୁ ୭୧ଜଣ, କଳାହାଣ୍ଡି ଜିଲ୍ଲାରୁ ୧୬୭ଜଣ, କନ୍ଧମାଳ ଜିଲ୍ଲାରୁ ୫୨ଜଣ, କେନ୍ଦ୍ରାପଡ଼ା ଜିଲ୍ଲାରୁ ୨୨୩ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୧୦୬୨ଜଣ, କୋରାପୁଟ ଜିଲ୍ଲାରୁ ୧୮୫ଜଣ, ମାଲକାନଗିରି ଜିଲ୍ଲାରୁ ୧୦୪ଜଣ, ମୟୁରଭଞ୍ଜ ଜିଲ୍ଲାରୁ ୪୪୨ଜଣ, ନବରଙ୍ଗପୁର ଜିଲ୍ଲାରୁ ୨୧୯ଜଣ, ନୟାଗଡ଼ ଜିଲ୍ଲାରୁ ୨୧୯ଜଣ, ନୂଆପଡ଼ା ଜିଲ୍ଲାରୁ ୪୮ଜଣ, ପୁରୀ ଜିଲ୍ଲାରୁ ୩୩୩ଜଣ, ରାୟଗଡ଼ା ଜିଲ୍ଲାରୁ ୩୧୦ଜଣ, ସମ୍ବଲପୁର ଜିଲ୍ଲାରୁ ୧୬୧ଜଣ, ସୋନପୁର ଜିଲ୍ଲାରୁ ୬୧ଜଣ, ସୁନ୍ଦରଗଡ଼ ଜିଲ୍ଲାରୁ ୨୭୦ଜଣ, ଷ୍ଟେଟ୍‌ ପୁଲ୍‌ରୁ ୧୮୮ଜଣ ରହିଛନ୍ତି ।ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୭୯୮୬୯୯ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୮୨୬୭୯ ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୭୧୩୦୫୫ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୧୨୦୪୦୮୩୦ ସାମ୍ପୁଲ ଟେଷ୍ଟ୍ ହୋଇଛି ।

Show More

Related Articles

Back to top button