Breaking PLUSଓଡ଼ିଶାମୁଖ୍ୟ ଖବର

ପାଟଣାଗଡ ଓ କୁଚିଣ୍ଡାରେ ଖୋଲିବ ସରକାରୀ ଆଇଟିଆଇ

ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ସମ୍ବଲପୁରର କୁଚିଣ୍ଡା ଓ ବଲାଙ୍ଗୀରର ପାଟଣାଗଡ ଠାରେ ଦୁଇଟି ନୂତନ ସରକାରୀ ଶିଳ୍ପ ତାଲିମ ପ୍ରତିଷ୍ଠାନ (ITI) ଖୋଲାଯିବ ବୋଲି ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଘୋଷଣା କରିଛନ୍ତି। ଏହାଦ୍ବାରା ଏହି ଜନଜାତି ବହୁଳ ଅଞ୍ଚଳର ଯୁବ ସମାଜ ବିଶେଷ ଭାବରେ ଉପକୃତ ହେବେ। କୁଚିଣ୍ଡାରେ ନୂଆ ସରକାରୀ ଆଇଟିଆଇ ପ୍ରତିଷ୍ଠା ଦ୍ବାରା କୁଚିଣ୍ଡା ବାମରା ଓ ଜମନକିରା ବ୍ଲକର ଯୁବସମାଜ ଉପକାର ପାଇବେ । ନିଯୁକ୍ତି ତଥା ଆତ୍ମନିଯୁକ୍ତିର ସୁଯୋଗ ଥିବା ଚାରିଗୋଟି ଟ୍ରେଡ୍‌ରେ ଏଠାରେ ୨୪୦ ପ୍ରଶିକ୍ଷାର୍ଥୀଙ୍କୁ ତାଲିମ ଦିଆଯିବ। ସମ୍ବଲପୁର ଆଖପାଖରେ ଅନେକ ଶିଳ୍ପାନୁଷ୍ଠାନ ଗଢି ଉଠୁଥିବାରୁ ଏହା ଛାତ୍ରଛାତ୍ରୀ ମାନଙ୍କ ପାଇଁ ବିପୁଳ ଓ ଅତ୍ମନିଯୁକ୍ତି ପାଇଁ ସୁଯୋଗ ମଧ୍ୟ ସୃଷ୍ଟି କରିବ।

ସେହିପରି ବଲାଙ୍ଗୀରର ପାଟଣାଗଡ ଠାରେ ପ୍ରତିଷ୍ଠିତ ITIରେ ମଧ୍ୟ ୪ ଗୋଟି ଟ୍ରେଡ୍‌ରେ ୨୪୦ ଜଣ ପିଲା ଶିଳ୍ପ ତାଲିମ ପାଇପାରିବେ । ବୃତ୍ତିଗତ ତାଲିମ ବ୍ୟବସ୍ଥା ଦ୍ବାରା ବ୍ଲକ୍‌ର ଯୁବକ ଯୁବତୀ ମାନଙ୍କୁ ଦକ୍ଷତା ବୃଦ୍ଧି ହେବା ସହିତ ନିଯୁକ୍ତି/ଆତ୍ମନିଯୁକ୍ତିର ସୁଯୋଗ ସୃଷ୍ଟିରେ ସହାୟକ ହେବ। ସୂଚନାଯୋଗ୍ୟ ଯେ, ରାଜ୍ୟର ୩୧୪ଟି ବ୍ଲକ୍‌ ମଧ୍ୟରୁ ୨୫୧ଟି ବ୍ଲକ୍‌ର ସରକାରୀ/ବେସରକାରୀ ଶିଳ୍ପ ତାଲିମ ପ୍ରତିଷ୍ଠାନ (ITI) ରହିଛି । ସେହିପରି ୫୮ଟି ସବ୍‌ଡିଭିଜନ ମଧ୍ୟରୁ ୪୮ଟିରେ ITI ରହିଛି । ପାଟଣାଗଡ ଓ କୁଚିଣ୍ଡାରେ ITI ପ୍ରତିଷ୍ଠା ହେବା ପରେ ଏହି ସଂଖ୍ୟା ୫୦କୁ ବୃଦ୍ଧି ପାଇବ। ତେବେ ସ୍କିଲ୍‌ ଓଡିଶା କାର୍ଯ୍ୟକ୍ରମ ଜରିଆରେ ଯୁବକ ଯୁବତୀ ମାନେ ବିଭିନ୍ନ ସରକାରୀ ଶିଳ୍ପତାଲିମ ପ୍ରତିଷ୍ଠାନ ମାନଙ୍କରେ ତାଲିମ ନେଇ ନିଜର ଦକ୍ଷତା ଦ୍ବାରା ଓଡିଶା ପାଇଁ ନୂଆ ପରିଚୟ ସୃଷ୍ଟି କରିପାରିଛନ୍ତି। ଭୁବନେଶ୍ବର ନିକଟରେ ପ୍ରତିଷ୍ଠିତ ବିଶ୍ୱ ସ୍କିଲ୍‌ ସେଣ୍ଟର ଆମର ଯୁବସମାଜ ପାଇଁ ଅନେକ ସମ୍ଭାବନା ସୃଷ୍ଟି କରିଛି।

Show More

Related Articles

Back to top button