ଓଡ଼ିଶା

ଭୁବନେଶ୍ବରରୁ ଦିନକରେ ୩୪୧ ଆକ୍ରାନ୍ତ ଚିହ୍ନଟ

୩୬୩ ସୁସ୍ଥ

ରାଜଧାନୀ ଭୁବନେଶ୍ବରରେ କରୋନା ସଂକ୍ରମଣ ଗ୍ରାଫ ଧିରେ ଧିରେ ଖସୁଛି । ଆକ୍ରାନ୍ତଙ୍କ ଠାରୁ ସୁସ୍ଥଙ୍କ ସଂଖ୍ୟା ବୃଦ୍ଧି ପାଇବାରେ ଲାଗିଛି । ଏହି କ୍ରମରେ ଗତ ୨୪ ଘଣ୍ଟା ମଧ୍ୟରେ ଭୁବନେଶ୍ବରରେ ୩୪୧ ଜଣ ନୂଆ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ସେଥିମଧ୍ୟରୁ କ୍ବାରେଣ୍ଟାଇନରୁ ୫୯ ଜଣ ଚିହ୍ନଟ ହୋଇଥିବା ବେଳେ ସ୍ଥାନୀୟ ସଂକ୍ରମିତ ରହିଛନ୍ତି ୨୮୨ ଜଣ ।

ଏହାକୁ ମିଶାଇ ଭୁବନେଶ୍ବରରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ପହଞ୍ଚିଛି ୯୦,୫୬୩ । ତେବେ ବର୍ତ୍ତମାନ ସୁଦ୍ଧା ମୋଟ ୮୮,୭୬୭ ଜଣ ସୁସ୍ଥ ହୋଇସାରିଛନ୍ତି । ୪୫୫ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ୧୩୨୦ ଆକ୍ଟିଭ୍ କେସ୍ ରହିଛି । ସେହିଭଳି ୨୪ ଘଣ୍ଟା ମଧ୍ୟରେ ରାଜଧାନୀ ଭୁବନେଶ୍ବରରୁ ୩୬୩ ଜଣ ସୁସ୍ଥ ହୋଇ ଫେରିଛନ୍ତି । ଗତକାଲି ଭୁବନେଶ୍ବରରୁ ୪୧୭ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିଲେ ।

Show More

Related Articles

Back to top button