ଓଡ଼ିଶାପାଣିପାଗମୁଖ୍ୟ ଖବର

ରବିବାର ପ୍ରବଳ ବର୍ଷା ସମ୍ଭାବନା, ୧୦ ଜିଲ୍ଲାକୁ ୟେଲୋ ଓ୍ଵାର୍ଣ୍ଣିଂ ଜାରି

ଶନିବାର ଅପରାହ୍ନଠୁ ଜାରି ବର୍ଷା ରବିବାର ମଧ୍ୟ ଜାରି ରହିବ। ଆଗାମୀ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ପ୍ରବଳ ବର୍ଷା ସମ୍ଭାବନା ରହିଛି।

ରାଜ୍ୟର ୧୦ଟି ଜିଲ୍ଲାରେ ପ୍ରବଳ ବର୍ଷା ହେବା ବୋଲି ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି।ପାଣିପାଗ ବିଭାଗ ପକ୍ଷରୁ ମାଲକାନଗିରି, କୋରାପୁଟ, ରାୟଗଡା, ଗଜପତି, ଗଂଜାମ, ପୁରୀ, ଖୋର୍ଦ୍ଧା,କନ୍ଧମାଳ, କଳାହାଣ୍ଡି ଓ ନବରଙ୍ଗପୁର ଜିଲ୍ଲା ପାଇଁ ୟେଲୋ ଓ୍ୱାର୍ଣ୍ଣିଂ ଜାରି କରାଯାଇଛି । ଏହା ସହ ଦକ୍ଷିଣ ଏବଂ ଉତ୍ତର ଓଡ଼ିଶାରେ ଘଡଘଡି ସହ ବର୍ଷା ହୋଇପାରେ ।ମୁଖ୍ୟତଃ ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡା, କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଂଜାମ , ଗଜପତି, କେନ୍ଦୁଝର, ମୟୁରଭଞ୍ଜ, ଅନୁଗୁଳ ,ଢେଙ୍କାନାଳ ଜିଲ୍ଲାମାନଙ୍କରେ ବର୍ଷା ପାଇଁ ସତର୍କ ସୂଚନା ଜାରି କରାଯାଇଛି ।

ଏବେ ନିଅଣ୍ଟିଆ ବର୍ଷା ରେକର୍ଡ କରାଯାଇଥିବା ବେଳେ ଲଘୁ ଚାପ ପ୍ରଭାବରେ ଦୁଇ ଦିନ ପର୍ଯ୍ୟନ୍ତ ହେବାକୁ ଥିବା ବର୍ଷା କିଛିଟା ପରିବର୍ତ୍ତନ ଆଣିପାରେ ବୋଲି ଆଶା କରାଯାଉଛି । ଆସନ୍ତ ୨ ଦିନ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ଜିଲ୍ଲାରେ ବର୍ଷା ଜାରି ରହିବ ବୋଲି କୁହାଯାଇଛି ।

Show More

Related Articles

Back to top button