
ରାଜ୍ୟରେ କମୁଛି ସଂକ୍ରମଣ। ଗତକାଲି ୧୨୫ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଥିବା ବେଳେ ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୧୬୪ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ମଧ୍ୟରୁ ୯୭ ଜଣ ସଙ୍ଗରୋଧ କେନ୍ଦ୍ରରୁ ଚିହ୍ନଟ ହୋଇଥିବା ବେଳେ ୬୭ ଜଣ ପଜିଟିଭ ସ୍ଥାନୀୟ ସଂକ୍ରମଣରୁ ଚିହ୍ନଟ ହୋଇଛନ୍ତି। ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ତଥ୍ୟ ପ୍ରଦାନ କରାଯାଇଛି।
ଗତ ୨୪ ଘଣ୍ଟା ମଧ୍ୟରେ ବାଲେଶ୍ବର ଜିଲ୍ଲାରୁ ୧, ବରଗଡ଼ରୁ ୩, ଭଦ୍ରକରୁ ୩, କଟକରୁ ୩୩ ଜଣ, ଦେବଗଡ଼ରୁ ୨, ଢେଙ୍କାନାଳରୁ ୧, ଜଗତସିଂହପୁରରୁ ୩ ଜଣ, ଯାଜପୁରରୁ ୫ ଜଣ, କଳାହାଣ୍ଡି ଜିଲ୍ଲାରୁ ୨ ଜଣ, କନ୍ଧମାଳରୁ ୧୦ ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୪୧, କୋରାପୁଟରୁ ୨, ମୟୂରଭଞ୍ଜରୁ ୩ ଜଣ, ନବରଙ୍ଗପୁରରୁ ୩, ନୟାଗଡ଼ ଜିଲ୍ଲାରୁ ୫ ଜଣ, ନୂଆପଡ଼ାରୁ ୩, ପୁରୀରୁ ୧ ଜଣ, ସମ୍ବଲପୁରରୁ ୪ ଜଣ, ସୋନପୁରରୁ ୪, ସୁନ୍ଦରଗଡ଼ରୁ ୨୧ ଜଣ ଓ ଷ୍ଟେଟପୁଲରୁ ୯ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି।