ଓଡ଼ିଶାସ୍ୱାସ୍ଥ୍ୟ

ରାଜ୍ୟରେ ଗତ ୨୪ ଘଣ୍ଟାରେ ୨୦୩ ଜଣ କରୋନା ପଜିଟିଭ୍ ଚିହ୍ନଟ

ରାଜ୍ୟରେ ଧୀରେ ଧୀରେ କମୁଛି ସଂକ୍ରମଣ । ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୨୦୩ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ସଂକ୍ରମିତଙ୍କ ମଧ୍ୟରୁ ୧୧୯ ଜଣ କ୍ୱାରେଣ୍ଟାଇନ୍‌ରୁ ରହିଥିବା ବେଳେ ୮୪ ଜଣ ସ୍ଥାନୀୟ ସଂକ୍ରମିତ ରହିଛନ୍ତି । ବର୍ତ୍ତମାନ ରାଜ୍ୟରେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୧୩୨୫୨୬୪ କୁ ବୃଦ୍ଧି ପାଇଛି । ଏନେଇ ଟ୍ଵିଟ୍ ଯୋଗେ ସୂଚନା ହେଇଛନ୍ତି ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ।

ତେବେ ସୁନ୍ଦରଗଡ଼ରୁ ସର୍ବାଧିକ ୩୪ ଜଣ, ଖୋର୍ଦ୍ଧାରୁ ୩୨ ଜଣ, ବଲାଙ୍ଗୀରରୁ ୧୪ ଜଣ, ବରଗଡ଼ରୁ ୧୧ ଜଣ, କଟକ ଓ ନୂଆପଡ଼ା ଜିଲ୍ଲାରୁ ୧୦ ଜଣ ଲେଖାଁଏ, ମୟୂରଭଞ୍ଜ ଓ ପୁରୀ ଜିଲ୍ଲାରୁ ୯ ଜଣ ଲେଖାଁଏ, ନବରଙ୍ଗପୁର ଓ ସମ୍ବଲପୁର ଜିଲ୍ଲାରୁ ୮ ଜଣ ଲେଖାଁଏ, ଯାଜପୁରରୁ ୭ ଜଣ, ସୋନପୁରରୁ ୬ ଜଣ, ବାଲେଶ୍ବରରୁ ୫ ଜଣ, ଦେବଗଡ଼, କଳାହାଣ୍ଡି, କନ୍ଧମାଳ ଓ ରାୟଗଡ଼ା ଜିଲ୍ଲାରୁ ୪ ଜଣ ଲେଖାଁଏ, ଭଦ୍ରକ ଓ ଗଜପତି ଜିଲ୍ଲାରୁ ୩ ଜଣ ଲେଖାଁଏ, ଜଗତସିଂହପୁରରୁ ୨ ଜଣ, ବୌଦ୍ଧ ଓ କୋରାପୁଟ ଜିଲ୍ଲାରୁ ଜଣେ ଲେଖାଁଏ ଏବଂ ଷ୍ଟେଟ୍ ପୁଲ୍‌ରୁ ୭ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।

ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୩୨୫୨୬୪ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥିମଧ୍ୟରୁ ୨୩୬୮ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୧୩୧୩୬୭୯ ଜଣ ସୁସ୍ଥ ହୋଇଛନ୍ତି ।

Show More

Related Articles

Back to top button