Breaking PLUSଦେଶ ବିଦେଶମୁଖ୍ୟ ଖବର

ଦେଶରେ ସ୍ଥିର ରହିଛି କରୋନା ସଂକ୍ରମଣ, ଗତ ୨୪ ଘଣ୍ଟା ମଧ୍ୟରେ ୪୪,୦୫୯ ଜଣ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ

ଦେଶରେ ଜାରି ରହିଛି ମହାମାରୀ କରୋନା ଆତଙ୍କ । ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ଆଉ ୪୪,୦୫୯ ନୂଆ ଆକ୍ରାନ୍ତ ଚିହ୍ନଟ ହେବା ସହ ମୋଟ କରୋନା ଆକ୍ରା‌ନ୍ତଙ୍କ ​ସଂଖ୍ୟା ୯୧ ଲକ୍ଷ ୩୯ ହଜାର ୮୬୫କୁ ବୃଦ୍ଧି ପାଇଛି ।

ଦେଶରେ ଜାରି ରହିଛି ମହାମାରୀ କରୋନା ଆତଙ୍କ । ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ଆଉ ୪୪,୦୫୯ ନୂଆ ଆକ୍ରାନ୍ତ ଚିହ୍ନଟ ହେବା ସହ ମୋଟ କରୋନା ଆକ୍ରା‌ନ୍ତଙ୍କ ​ସଂଖ୍ୟା ୯୧ ଲକ୍ଷ ୩୯ ହଜାର ୮୬୫କୁ ବୃଦ୍ଧି ପାଇଛି । ଦେଶରେ ଚିକିତ୍ସାଧୀନ ଥିବା ସକ୍ରିୟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୪ ଲକ୍ଷ ୪୩ ହଜାର ୪୮୬ ଥିବା ବେଳ ୮୫ ଲକ୍ଷ ୬୨ ହଜାର ୬୪୧ ଜଣ କରୋନାରୁ ଆରୋଗ୍ୟ ଲାଭ କରିଛନ୍ତି। ସେହିପରି ଗତ ୨୪ ଘଣ୍ଟାରେ ୫୧୧ ଜଣଙ୍କର ମୃତ୍ୟୁ ସହ ଦେଶରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୧ ଲକ୍ଷ ୩୩ ହଜାର ୭୩୮କୁ ବୃଦ୍ଧି ପାଇଛି। ଦେଶରେ କରୋନା ମୃତ୍ୟୁ ହାର ୧.୪୬% ରହିଛି। ସେହିପରି ମୋଟ ଆକ୍ରାନ୍ତଙ୍କ ତୁଳନାରେ ସକ୍ରିୟ ଆକ୍ରାନ୍ତ ହାର ୪.୮୫ ପ୍ରତିଶତ ରହିଛି। ଏ ନେଇ କେନ୍ଦ୍ର ସ୍ୱାସ୍ଥ୍ୟମନ୍ତ୍ରାଳୟ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି ।

Show More

Related Articles

Back to top button