ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୭୩୪ କରୋନା ପଜିଟିଭ୍ ଚିହ୍ନଟ
ସେପ୍ଟେମ୍ବରରେ ବି ନିୟନ୍ତ୍ରଣରେ ରହିଛି ଦୈନିକ ସଂକ୍ରମଣ

ରାଜ୍ୟରେ ଦୈନିକ ସଂକ୍ରମଣ ତଳ ଉପର ହେଉଥିଲେ ମଧ୍ୟ ନିୟନ୍ତ୍ରଣରେ ରହୁଛି । ଅଗଷ୍ଟ ପରେ ସେପ୍ଟେମ୍ବରରେ ବି କାବୁ ରେ ରହିଛି ଦୈନିକ ସଂକ୍ରମଣ । ରାଜ୍ୟରେ ଧୀରେ ଧୀରେ ତଳକୁ ଖସୁଛି ସଂକ୍ରମଣର ପାରା ।
ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୭୩୪ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏମାନଙ୍କ ମଧ୍ୟରୁ ୪୨୪ ଜଣ କ୍ୱାରେଣ୍ଟାଇନ୍ରୁ ହୋଇଥିବା ବେଳେ ୩୧୦ ଜଣ ଲୋକାଲ୍ କେସ୍ ରହିଛନ୍ତି । ସେହିପରି ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରେ ୧୮ ବର୍ଷରୁ କମ୍ ବୟସର ୧୦୧ ଜଣ ପଜିଟିଭ ରହିଛନ୍ତି । ତେବେ ନୂତନ ସଂକ୍ରମିତ ସଂଖ୍ୟାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୦୨୧୯୫୦ରେ ପହଞ୍ଚିଛି ।
ଚିହ୍ନଟ ହୋଇଥିବା ୭୩୪ କରୋନା ସଂକ୍ରମିତଙ୍କ ମଧ୍ୟରୁ ଅନୁଗୁଳ ଜିଲ୍ଲାରୁ ୧୩ଜଣ, ବାଲେଶ୍ୱର ଜିଲ୍ଲାରୁ ୩୦ଜଣ, ବରଗଡ଼ ଜିଲ୍ଲାରୁ ୫ଜଣ, ଭଦ୍ରକ ଜିଲ୍ଲାରୁ ୧୦ଜଣ, କଟକ ଜିଲ୍ଲାରୁ ୯୧ଜଣ, ଢେଙ୍କାନାଳ ଜିଲ୍ଲାରୁ ୫ଜଣ, ଗଜପତି ଜିଲ୍ଲାରୁ ଜଣେ, ଗଞ୍ଜାମ ଜିଲ୍ଲାରୁ ୬ଜଣ, ଜଗତସିଂହପୁର ଜିଲ୍ଲାରୁ ୩୨ଜଣ, ଯାଜପୁର ଜିଲ୍ଲାରୁ ୨୯ଜଣ, ଝାରସୁଗୁଡ଼ା ଜିଲ୍ଲାରୁ ୩ଜଣ, କନ୍ଧମାଳ ଜିଲ୍ଲାରୁ ଜଣେ, କେନ୍ଦ୍ରାପଡ଼ା ଜିଲ୍ଲାରୁ ୬ଜଣ, କେନ୍ଦୁଝର ଜିଲ୍ଲାରୁ ୩ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୩୩୫ଜଣ, କୋରାପୁଟ ଜିଲ୍ଲାରୁ ୪ଜଣ, ମାଲକାନଗିରି ଜିଲ୍ଲାରୁ ୨ଜଣ, ମୟୁରଭଞ୍ଜ ଜିଲ୍ଲାରୁ ୨୭ଜଣ, ନୟାଗଡ଼ ଜିଲ୍ଲାରୁ ୭ଜଣ, ନୂଆପଡ଼ା ଜିଲ୍ଲାରୁ ଜଣେ, ପୁରୀ ଜିଲ୍ଲାରୁ ୧୭ଜଣ, ରାୟଗଡ଼ା ଜିଲ୍ଲାରୁ ୪ଜଣ, ସମ୍ବଲପୁର ଜିଲ୍ଲାରୁ ୭ଜଣ, ସୋନପୁର ଜିଲ୍ଲାରୁ ଜଣେ, ସୁନ୍ଦରଗଡ଼ ଜିଲ୍ଲାରୁ ୧୩ଜଣ, ଷ୍ଟେଟ ପୁଲ୍ରୁ ୮୧ଜଣ ରହିଛନ୍ତି ।
ରାଜ୍ୟରେ ମୋଟ୍ କରୋନା ଆକ୍ରାନ୍ତଙ୍କ ମଧ୍ୟରୁ ୫୫୨୧ଟି ଆକ୍ଟିଭ୍ କେସ୍ ରହିଥିବା ବେଳେ ୧୦୦୮୨୨୬ଜଣ ସୁସ୍ଥ ହୋଇଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୧୯୪୪୫୬୫୨ ସାମ୍ପୁଲ ଟେଷ୍ଟ୍ ହୋଇଛି ।