ଓଡ଼ିଶାମୁଖ୍ୟ ଖବର

ରାଜ୍ୟରେ ଗତ ୨୪ଘଣ୍ଟାରେ କରୋନା ନେଲା ୪୩ ଜଣଙ୍କ ଜୀବନ

୩୨୧୦ରେ ପହଞ୍ଚିଲା ମୃତ୍ୟୁ ସଂଖ୍ୟା

ରାଜ୍ୟରେ କିଛି ଦିନ କରୋନା ଆକ୍ରାନ୍ତଙ୍କ ସଂଖ୍ୟା କମିଥିବା ବେଳେ ପୁଣି ସଂଖ୍ୟା ଧିରେ ଧିରେ କମିବାରେ ଲାଗିଛି । କିନ୍ତୁ କରୋନା ଜନିତ ମୃତ୍ୟୁସଂଖ୍ୟା କମିବାର ନାଁ ନେଉନି । ଗତ ୨୪ ଘଣ୍ଟା ମଧ୍ୟରେ ୫୨୩୫ ଜଣ କୋଭିଡ୍ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୪୩ ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୩୨୧୦କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି ।

ମୃତକଙ୍କ ମଧ୍ୟରୁ ଖୋର୍ଦ୍ଧା ଜିଲ୍ଲାରୁ ୫ ଜଣ, ଅନୁଗୁଳ, ବରଗଡ, କଟକ ଓ ସୁନ୍ଦରଗଡରୁ ୪ ଜଣ ଲେଖାଏଁ, ବୌଦ୍ଧ ଓ କଳାହାଣ୍ଡିରୁ ୩ ଜଣ ଲେଖାଏଁ, ବାଲେଶ୍ଵର, ଗଞ୍ଜାମ, ଝାରସୁଗୁଡା, କେନ୍ଦ୍ରାପଡା, ପୁରୀ ଓ ରାୟଗଡାରୁ ୨ ଜଣ ଲେଖାଏଁ, ଢେଙ୍କାନାଳ, କନ୍ଧମାଳ, ନୟାଗଡ଼, ଓ ସମ୍ଵଲପୁରରୁ ଜଣେ ଲେଖାଏଁ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି।ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୮୮୪୨୪୬୧ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୬୬୨୨୬ ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୭୭୨୯୭୨ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୧୨୫୨୩୨୪୧ ସାମ୍ପୁଲ ଟେଷ୍ଟ୍ ହୋଇଛି ।

Show More

Related Articles

Back to top button