ଓଡ଼ିଶାମୁଖ୍ୟ ଖବର

ରାଜ୍ୟରେ ଗତ ୨୪ଘଣ୍ଟାରେ କରୋନା ନେଲା ୩୭ ଜଣଙ୍କ ଜୀବନ

ମୃତ୍ୟୁ ହାରରେ ସାମାନ୍ୟ ହ୍ରାସ : ୩୫୦୮ରେ ପହଞ୍ଚିଲା ମୋଟ୍‌ ସଂଖ୍ୟା

ରାଜ୍ୟରେ କିଛି ଦିନ କରୋନା ଆକ୍ରାନ୍ତଙ୍କ ସଂଖ୍ୟା କମିଥିବା ବେଳେ ପୁଣି ସଂଖ୍ୟା ଧିରେ ଧିରେ କମିବାରେ ଲାଗିଛି । କିନ୍ତୁ କରୋନା ଜନିତ ମୃତ୍ୟୁସଂଖ୍ୟା କମିବାର ନାଁ ନେଉନି । ଗତ ୨୪ ଘଣ୍ଟା ମଧ୍ୟରେ ୩୮୦୬ ଜଣ କୋଭିଡ୍ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୩୭ ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୩୫୦୮କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି ।ମୃତକଙ୍କ ମଧ୍ୟରୁ ଖୋର୍ଦ୍ଧା ଜିଲ୍ଲାରୁ ୫ ଜଣେ ରହିଥିବା ବେଳେ କଟକ, ଝାରସୁଗୁଡା ଓ କଳାହାଣ୍ଡିରୁ ୪ ଜଣ ଲେଖାଏଁ ରହିଛନ୍ତି । ସେହିପରି ବରଗଡ଼, ପୁରୀ ଓ ସୁନ୍ଦରଗଡ଼ରୁ ୩ ଜଣ ଲେଖାଏଁ ରହିଥିବା ବେଳେ ଦେଓଗଡ଼, କେନ୍ଦ୍ରାପଡା, ରାୟଗଡା, ଓ ବଲାଙ୍ଗୀରରୁ ୨ ଜଣ ଲେଖାଏଁ ରହିଛନ୍ତି । ଗଜପତି, ମୟୂରଭଞ୍ଜ ଓ ସମ୍ବଲପୁରରୁ ଜଣେ ଲେଖାଏଁ ରହିଛନ୍ତି ।

ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୮୭୦୪୯୮ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୪୩୩୩୮ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୮୨୩୫୯୯ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ବର୍ତ୍ତମାନ ସୁଦ୍ଧା ରାଜ୍ୟରେ କରୋନା ଯୋଗୁଁ ୩୫୦୮ଙ୍କ ଜୀବନ ଯାଇଥିବା ବେଳେ ୫୩ଜଣଙ୍କ ଅନ୍ୟରୋଗ ଯୋଗୁଁ ମୃତ୍ୟୁ ହୋଇଛି । ଏବେ ସୁଦ୍ଧା ରାଜ୍ୟରେ ୧୨୯୬୪୭୦୫ ସାମ୍ପୁଲ ଟେଷ୍ଟ୍ ହୋଇଛି ।

Show More

Related Articles

Back to top button