ଓଡ଼ିଶାମୁଖ୍ୟ ଖବର

ରାଜ୍ୟରେ ଶେଷ ୨୪ଘଣ୍ଟାରେ ମହାମାରୀ ନେଲା ୪୩ ଜଣଙ୍କ ଜୀବନ

ରାଜ୍ୟରେ କିଛି ଦିନ କରୋନା ଆକ୍ରାନ୍ତଙ୍କ ସଂଖ୍ୟା କମିଥିବା ବେଳେ ମୃତ୍ୟୁସଂଖ୍ୟା କିନ୍ତୁ କମୁନାହିଁ । ଗତ ୨୪ ଘଣ୍ଟା ମଧ୍ୟରେ ୩୦୩୧ ଜଣ କୋଭିଡ୍ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୪୩ ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି

ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୩୬୩୩କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି ।ମୃତକଙ୍କ ମଧ୍ୟରୁ ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୭ ଜଣ ରହିଥିବା ବେଳେ ବରଗଡ଼, କଟକରୁ ୫ ଜଣ ଲେଖାଏଁ ରହିଛନ୍ତି। ଝାରସୁଗୁଡ଼ା, ପୁରୀରୁ ୪-୪ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ଗଞ୍ଜାମ, କୋରାପୁଟରୁ ୩ ଜଣ ଲେଖାଏଁ ରହିଛନ୍ତି । ସେହିପରି ବୌଦ୍ଧ, ବଲାଙ୍ଗୀର, ସମ୍ବଲପୁର ଓ ସୁନ୍ଦରଗଡ଼ ଜିଲ୍ଲାରୁ ୨ ଜଣ ଲେଖାଏଁ ରହିଥିବା ବେଳେ କଳାହାଣ୍ଡି, କନ୍ଧମାଳ, କେନ୍ଦ୍ରାପଡ଼ା, ରାୟଗଡ଼ାରୁ ଜଣେ ଲେଖାଏଁ ରହିଛନ୍ତି ।

ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୮୮୦୫୩୩ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୩୬୬୩୩ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୮୪୦୨୧୪ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ବର୍ତ୍ତମାନ ସୁଦ୍ଧା ରାଜ୍ୟରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୩୬୩୩ରେ ପହଞ୍ଚିଥିବା ବେଳେ ଅନ୍ୟ ରୋଗ ଯୋଗୁଁ ମୃତ୍ୟୁ ସଂଖ୍ୟା ୫୩ରେ ପହଞ୍ଚିଛି । ଏବେ ସୁଦ୍ଧା ରାଜ୍ୟରେ ୧୩୧୫୬୧୯୯ ସାମ୍ପୁଲ ଟେଷ୍ଟ୍ ହୋଇଛି ।

Show More

Related Articles

Back to top button