ଓଡ଼ିଶାମୁଖ୍ୟ ଖବର

ରାଜ୍ୟରେ ଶେଷ ୨୪ଘଣ୍ଟାରେ ମହାମାରୀ ନେଲା ୪୩ ଜଣଙ୍କ ଜୀବନ

ରାଜ୍ୟରେ କିଛି ଦିନ କରୋନା ଆକ୍ରାନ୍ତଙ୍କ ସଂଖ୍ୟା କମିଥିବା ବେଳେ ମୃତ୍ୟୁସଂଖ୍ୟା କିନ୍ତୁ କମୁନାହିଁ

ଗତ ୨୪ ଘଣ୍ଟା ମଧ୍ୟରେ ୩୩୧୯ ଜଣ କୋଭିଡ୍ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୪୩ ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୩୯୩୦କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି ।ମୃତକଙ୍କ ମଧ୍ୟରୁ ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୯ ଜଣ ରହିଥିବା ବେଳେ ବରଗଡ଼, ନୟାଗଡ଼, ପୁରୀ ୫ ଜଣ ରହିଛନ୍ତି ।

ସୁନ୍ଦରଗଡ଼ ଜିଲ୍ଲାରୁ ୪ଜଣ ରହିଥିବା ବେଳେ ଭଦ୍ରକ, ଗଞ୍ଜାମ, କଟକ ଜିଲ୍ଲାରୁ ୩ ଜଣ ରହିଛନ୍ତି । ସେହିପରି ଢେଙ୍କାନାଳ ଜିଲ୍ଲାରୁ ୨ଜଣ ଲେଖାଏଁ ରହିଥିବା ବେଳେ ବାଲେଶ୍ୱର , କେନ୍ଦୁଝର , ମୟୁରଭଞ୍ଜ, ସମ୍ବଲପୁର ଜିଲ୍ଲାରୁ ଜଣେ ଲେଖାଏଁ ରହିଛନ୍ତି ।
ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୯୦୩୭୮୯ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୩୨୪୦୪ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୮୬୭୪୦୨ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ବର୍ତ୍ତମାନ ସୁଦ୍ଧା ରାଜ୍ୟରେ କୋଭିଡ଼ ଜନିତ ମୃତ୍ୟୁ ସଂଖ୍ୟା ୩୯୩୦ରେ ପହଞ୍ଚିଥିବା ବେଳେ ଅନ୍ୟ ରୋଗ ଯୋଗୁଁ ମୃତ୍ୟୁ ସଂଖ୍ୟା ୫୩ରେ ପହଞ୍ଚିଛି । ଏବେ ସୁଦ୍ଧା ରାଜ୍ୟରେ ୧୩୬୨୦୫୨୬ ସାମ୍ପୁଲ ଟେଷ୍ଟ୍ ହୋଇଛି ।

Show More

Related Articles

Back to top button