Breaking PLUSଓଡ଼ିଶାମୁଖ୍ୟ ଖବର
ଦେଶରେ ଶେଷ ୨୪ଘଣ୍ଟାରେ ଚିହ୍ନଟ ହେଲେ ୨ ଲକ୍ଷ ୮୨ ହଜାରରୁ ଅଧିକ କରୋନା ପଜିଟିଭ୍
୪୪୧ ମୃତ

ଏବେ ଦେଶରେ କରୋନା ସଂକ୍ରମଣ ପୁଣି ହୁ ହୁ ବଢିବା ଆରମ୍ଭ କରିଛି । ମୃତ୍ୟୁସଂଖ୍ୟାରେ ବି ବ୍ରେକ୍ ଲାଗୁନି । ୪ ଲକ୍ଷ ଟ୍ରେଣ୍ଡ୍ ପରେ ଦୈନିକ ଆକ୍ରାନ୍ତ ସଂଖ୍ୟା ୨ ଲକ୍ଷ ଓ ପରେ ୫୦ ହଜାର ତଳେ ଥିଲା ବେଳେ ଏବେ ସଂକ୍ରମଣ ୩ ଲକ୍ଷ ମୁହାଁ ହୋଇଛି । ଏହା ମଧ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୨ ଲକ୍ଷ ୮୨ ହଜାରରୁ ଅଧିକ କରୋନା ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ୪୪୧ ଜଣଙ୍କ ମୃତ୍ୟୁ ହୋଇଛି ।
ସ୍ୱାସ୍ଥ୍ୟ ମନ୍ତ୍ରଣାଳୟର ରିପୋର୍ଟ ଅନୁସାରେ, ୨୪ ଘଣ୍ଟାରେ ୨୮୨୯୭୦ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଦେଶରେ କରୋନା ଜନିତ ଦୈନିକ ମୃତ୍ୟୁ ସଂଖ୍ୟା ୪୪୧ ଛୁଇଁଛି । ସେହିପରି ୧୮୩୧୦୦୦ସକ୍ରିୟ ମାମଲା ରହିଛି ଏବଂ ୩,୫୫,୮୩,୦୩୯ ଜଣ ସୁସ୍ଥ ହୋଇ ଫେରିଛନ୍ତି । ଏତତ୍ ବ୍ୟତୀତ ୪,୮୭,୨୦୨ ସଂକ୍ରମିତ ପ୍ରାଣ ହରାଇଛନ୍ତି । ସେହିପରି ଦେଶରେ ୮ ହଜାର ଟପିଛି ଓମିକ୍ରନ ସଂକ୍ରମିତ ମାମଲା ।