Breaking PLUSଦେଶ ବିଦେଶମୁଖ୍ୟ ଖବର
ଦେଶରେ ଶେଷ ୨୪ଘଣ୍ଟାରେ ଚିହ୍ନଟ ହେଲେ ୩ ଲକ୍ଷ ୩୩ ହଜାରରୁ ଅଧିକ କରୋନା ପଜିଟିଭ୍
୫୨୫ ମୃତ

ଏବେ ଦେଶରେ କରୋନା ସଂକ୍ରମଣ ପୁଣି ହୁ ହୁ ବଢିବା ଆରମ୍ଭ କରିଛି । ମୃତ୍ୟୁସଂଖ୍ୟାରେ ବି ବ୍ରେକ୍ ଲାଗୁନି । ୪ ଲକ୍ଷ ଟ୍ରେଣ୍ଡ୍ ପରେ ଦୈନିକ ଆକ୍ରାନ୍ତ ସଂଖ୍ୟା ୨ ଲକ୍ଷ ଓ ପରେ ୫୦ ହଜାର ତଳେ ଥିଲା ବେଳେ ଏବେ ସଂକ୍ରମଣ ପୁଣି ୩ ଲକ୍ଷ ଟପିଛି ।
ଏହା ମଧ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୩ ଲକ୍ଷ ୩୩ ହଜାରରୁ ଅଧିକ କରୋନା ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ୫୨୫ ଜଣଙ୍କ ମୃତ୍ୟୁ ହୋଇଛି । ସ୍ୱାସ୍ଥ୍ୟ ମନ୍ତ୍ରଣାଳୟର ରିପୋର୍ଟ ଅନୁସାରେ, ୨୪ ଘଣ୍ଟାରେ ୩୩୩୫୩୩ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଦେଶରେ କରୋନା ଜନିତ ଦୈନିକ ମୃତ୍ୟୁ ସଂଖ୍ୟା ୫୨୫ ଛୁଇଁଛି । ଏବେସୁଦ୍ଧା ଦେଶରେ ପ୍ରାୟ ୩ କୋଟି ୮୧ ଲକ୍ଷ ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ସେହିପରି ୨୧୮୪୨୦୫ ସକ୍ରିୟ ମାମଲା ରହିଛି ଏବଂ ୩୬୫୬୦୬୫୦ ଜଣ ସୁସ୍ଥ ହୋଇ ଫେରିଛନ୍ତି । ଏତତ୍ ବ୍ୟତୀତ ୪୮୯୪୦୯ ସଂକ୍ରମିତ ପ୍ରାଣ ହରାଇଛନ୍ତି ।