ଦେଶ ବିଦେଶମୁଖ୍ୟ ଖବର

୨୪ ଘଣ୍ଟାରେ ଦେଶରେ ବାହାରିଲେ ୩୮ ହଜାରରୁ ଅଧିକ ପଜିଟିଭ୍

୫୦୦ ତଳେ ମୃତ୍ୟୁସଂଖ୍ୟା

ଦେଶରେ କରୋନା ସଂକ୍ରମଣ କମିବାରେ ଲାଗିଛି। ୪ ଲକ୍ଷ ଟ୍ରେଣ୍ଡ୍ ପରେ ଦୈନିକ ଆକ୍ରାନ୍ତ ସଂଖ୍ୟା ୨ ଲକ୍ଷ ଓ ଏବେ ୧ ଲକ୍ଷ ତଳକୁ ଖସିଛି । ଏହା ମଧ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୫୦ ହଜାରରୁ କମ୍ କରୋନା ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ୪୯୯ ଜଣଙ୍କ ମୃତ୍ୟୁ ହୋଇଛି ।ସ୍ୱାସ୍ଥ୍ୟ ମନ୍ତ୍ରଣାଳୟର ରିପୋର୍ଟ ଅନୁସାରେ, ୨୪ ଘଣ୍ଟାରେ୩୮୧୬୪ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ।

ଦେଶରେ କରୋନା ଜନିତ ଦୈନିକ ମୃତ୍ୟୁ ସଂଖ୍ୟା ୫୦୦ ତଳକୁ ଖସିଛି। ୨୪ ଘଣ୍ଟା ମଧ୍ୟରେ ୪୯୯ ଜଣଙ୍କ ମୃତ୍ୟୁ ଘଟିଛି । ସେହିପରି ନୂତନ ଆକ୍ରାନ୍ତଙ୍କୁ ମିଶାଇ ଦେଶରେ ସମୁଦାୟ ସଂକ୍ରମିତଙ୍କ ସଂଖ୍ୟା ୩କୋଟି ୧୧ ଲକ୍ଷ ୪୪ ହଜାର ୨୨୯ରେ ପହଞ୍ଚିଛି।ଏତତ୍ ବ୍ୟତୀତ ମୃତ୍ୟୁସଂଖ୍ୟା ୪ ଲକ୍ଷ ୧୪ ହଜାର ୧୦୮ରେ ପହଞ୍ଚିଛି। ସମୁଦାୟ ଆରୋଗ୍ୟ ସଂଖ୍ୟା ୩ କୋଟି ୩ ଲକ୍ଷ ୮ ହଜାର ୪୫୬ରେ ପହଁଚିଛି। ଦେଶରେ ଏବେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ରହିଛି ୪୨୧୬୬୫।

Show More

Related Articles

Back to top button