ଦେଶ ବିଦେଶମୁଖ୍ୟ ଖବର

୨୪ ଘଣ୍ଟାରେ ଦେଶରେ ୮୦ ହଜାରରୁ ଅଧିକ ପଜିଟିଭ୍

୩୩୦୩ ମୃତ

ଦେଶରେ କରୋନା ସଂକ୍ରମଣ କମିବାରେ ଲାଗିଛି। ୪ ଲକ୍ଷ ଟ୍ରେଣ୍ଡ୍ ପରେ ଦୈନିକ ଆକ୍ରାନ୍ତ ସଂଖ୍ୟା ୨ ଲକ୍ଷ ଓ ଏବେ ୧ ଲକ୍ଷ ତଳକୁ ଖସିଛି । ଏହା ମଧ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୮୦ ଲକ୍ଷରୁ କମ୍ କରୋନା ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ୩୩୦୩ଜଣଙ୍କ ମୃତ୍ୟୁ ହୋଇଛି ।ସ୍ୱାସ୍ଥ୍ୟ ମନ୍ତ୍ରଣାଳୟର ରିପୋର୍ଟ ଅନୁସାରେ, ୨୪ ଘଣ୍ଟାରେ ୮୦୮୩୪ ଆକ୍ରାନ୍ତ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ।

ଦେଶରେ କରୋନା ଜନିତ ଦୈନିକ ମୃତ୍ୟୁ ସଂଖ୍ୟା ୩୦୦୦ ଟପିଛି । ୨୪ ଘଣ୍ଟା ମଧ୍ୟରେ ୩୩୦୩ ଜଣଙ୍କ ମୃତ୍ୟୁ ଘଟିଛି । ସେହିପରି ନୂତନ ଆକ୍ରାନ୍ତଙ୍କୁ ମିଶାଇ ଦେଶରେ ସମୁଦାୟ ସଂକ୍ରମିତଙ୍କ ସଂଖ୍ୟା ୨କୋଟି ୯୪ଲକ୍ଷ ୩୯ ହଜାର ୯୮୯ରେ ପହଞ୍ଚିଛି।ଏତତ୍ ବ୍ୟତୀତ ମୃତ୍ୟୁସଂଖ୍ୟା ୩ ଲକ୍ଷ ୭୦ ହଜାର ୩୮୪ରେ ପହଞ୍ଚିଛି। ସମୁଦାୟ ଆରୋଗ୍ୟ ସଂଖ୍ୟା ୨ କୋଟି ୮୦ ଲକ୍ଷ ୪୩ ହଜାର ୪୪୬ରେ ପହଁଚିଛି। ଦେଶରେ ଏବେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ରହିଛି ୧୦୨୬୧୫୯ ।

Show More

Related Articles

Back to top button