Breaking PLUSଓଡ଼ିଶାମୁଖ୍ୟ ଖବର

ରାଜ୍ୟରେ ୨୪ ଘଣ୍ଟାରେ ୨୧୧୦ କୋଭିଡ୍ ପଜିଟିଭ୍ ଚିହ୍ନଟ

ରାଜ୍ୟରେ ଧୀରେ ଧୀରେ ତଳକୁ ଖସୁଛି ସଂକ୍ରମଣର ପାରା । ପ୍ରତିଦିନ ଚିହ୍ନଟ ହେଉଥିବା ନୂଆ ଆକ୍ରାନ୍ତଙ୍କ ସଂଖ୍ୟା ଧିରେ ଧିରେ କମୁଛି ।

ଗତ ୨୪ ଘଣ୍ଟା ମଧ୍ୟରେ ୨୧୧୦ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୯୪୭୮୫୯ରେ ପହଞ୍ଚିଛି । ତେବେ ଆଜି ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୧୨୧୩ଜଣ କ୍ୱାରେଣ୍ଟାଇନ୍‌ରୁ ହୋଇଥିବା ବେଳେ ୮୯୭ ଜଣ ଲୋକାଲ୍‌ କେସ୍‌ ରହିଛନ୍ତି ।ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ଅନୁଗୁଳ ଜିଲ୍ଲାରୁ ୪୬ଜଣ, ବାଲେଶ୍ୱର ଜିଲ୍ଲାରୁ ୧୬୮ଜଣ, ବରଗଡ଼ ଜିଲ୍ଲାରୁ ୧୪ଜଣ, ଭଦ୍ରକ ଜିଲ୍ଲାରୁ ୭୯ଜଣ, ବଲାଙ୍ଗୀର ଜିଲ୍ଲାରୁ ୧୩ଜଣ, ବୌଦ୍ଧ ଜିଲ୍ଲାରୁ ୧୬ଜଣ, କଟକ ଜିଲ୍ଲାରୁ ୩୨୩ଜଣ, ଦେଓଗଡ଼ ଜିଲ୍ଲାରୁ ୫ଜଣ, ଢେଙ୍କାନାଳ ଜିଲ୍ଲାରୁ ୩୫ଜଣ, ଗଜପତି ଜିଲ୍ଲାରୁ ୧୧ଜଣ, ଗଞ୍ଜାମ ଜିଲ୍ଲାରୁ ୧୬ଜଣ, ଜଗତସିଂହପୁର ଜିଲ୍ଲାରୁ ୬୭ଜଣ, ଯାଜପୁର ଜିଲ୍ଲାରୁ ୯୨ଜଣ, ଝାରସୁଗୁଡ଼ା ଜିଲ୍ଲାରୁ ୧୦ଜଣ, କଳାହାଣ୍ଡି ଜିଲ୍ଲାରୁ ୭ଜଣ, କନ୍ଧମାଳ ଜିଲ୍ଲାରୁ ୧୨ଜଣ, କେନ୍ଦ୍ରାପଡ଼ା ଜିଲ୍ଲାରୁ ୧୩୨ଜଣ, କେନ୍ଦୁଝର ଜିଲ୍ଲାରୁ ୬୬ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୪୫୮ଜଣ, କୋରାପୁଟ ଜିଲ୍ଲାରୁ ୧୯ଜଣ, ମାଲକାନାଗିରି ଜିଲ୍ଲାରୁ ୨୨ଜଣ, ମୟୁରଭଞ୍ଜ ଜିଲ୍ଲାରୁ ୯୯ଜଣ,

ନବରଙ୍ଗପୁର ଜିଲ୍ଲାରୁ ୧୦ଜଣ, ନୟାଗଡ଼ ଜିଲ୍ଲାରୁ ୭୪ଜଣ, ନୂଆପଡ଼ା ଜିଲ୍ଲାରୁ ୨ଜଣ, ପୁରୀ ଜିଲ୍ଲାରୁ ୧୧୩ଜଣ, ରାୟଗଡ଼ା ଜିଲ୍ଲାରୁ ୨୯ଜଣ, ସମ୍ବଲପୁର ଜିଲ୍ଲାରୁ ୧୯ଜଣ, ସୋନପୁର ଜିଲ୍ଲାରୁ ୪ଜଣ, ସୁନ୍ଦରଗଡ଼ ଜିଲ୍ଲାରୁ ୬୨ଜଣ, ଷ୍ଟେଟ ପୁଲ୍‌ରୁ ୮୭ଜଣ ରହିଛନ୍ତି । ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୯୪୭୮୫୯ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୨୨୨୯୯ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୯୧୮୦୪୧ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୧୪୭୭୨୯୩୮ ସାମ୍ପୁଲ ଟେଷ୍ଟ୍ ହୋଇଛି ।

Show More

Related Articles

Back to top button