ଓଡ଼ିଶାମୁଖ୍ୟ ଖବର

ରାଜ୍ୟରେ ୨୪ ଘଣ୍ଟାରେ ୩୮୦୬ କୋଭିଡ୍ ପଜିଟିଭ୍ ଚିହ୍ନଟ

ରାଜ୍ୟରେ ଧୀରେ ଧୀରେ ତଳକୁ ଖସୁଛି ସଂକ୍ରମଣର ପାରା । ପ୍ରତିଦିନ ଚିହ୍ନଟ ହେଉଥିବା ନୂଆ ଆକ୍ରାନ୍ତଙ୍କ ସଂଖ୍ୟା ଧିରେ ଧିରେ କମୁଛି

ଗତ ୨୪ ଘଣ୍ଟା ମଧ୍ୟରେ ୩୮୦୬ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୮୭୦୪୯୮ରେ ପହଞ୍ଚିଛି । ତେବେ ଆଜି ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୨୧୭୨ଜଣ କ୍ୱାରେଣ୍ଟାଇନ୍‌ରୁ ହୋଇଥିବା ବେଳେ ୧୬୩୪ଜଣ ଲୋକାଲ୍‌ କେସ୍‌ ରହିଛନ୍ତି ।ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ଅନୁଗୁଳ ଜିଲ୍ଲାରୁ ୧୭୫ଜଣ, ବାଲେଶ୍ୱର ଜିଲ୍ଲାରୁ ୨୨୦ଜଣ, ବରଗଡ଼ ଜିଲ୍ଲାରୁ ୫୮ଜଣ, ଭଦ୍ରକ ଜିଲ୍ଲାରୁ ୧୫୮ଜଣ, ବଲାଙ୍ଗୀର ଜିଲ୍ଲାରୁ ୨୮ଜଣ, ବୌଦ୍ଧ ଜିଲ୍ଲାରୁ ୩୫ଜଣ, କଟକ ଜିଲ୍ଲାରୁ ୩୯୩ଜଣ, ଦେଓଗଡ଼ ଜିଲ୍ଲାରୁ ୩୦ଜଣ, ଢେଙ୍କାନାଳ ଜିଲ୍ଲାରୁ ୪୩ଜଣ, ଗଜପତି ଜିଲ୍ଲାରୁ ୪୫ଜଣ, ଗଞ୍ଜାମ ଜିଲ୍ଲାରୁ ୩୬ଜଣ, ଜଗତସିଂହପୁର ଜିଲ୍ଲାରୁ ୧୩୦ଜଣ, ଯାଜପୁର ଜିଲ୍ଲାରୁ ୩୪୬ଜଣ, ଝାରସୁଗୁଡ଼ା ଜିଲ୍ଲାରୁ ୧୯ଜଣ, କଳାହାଣ୍ଡି ଜିଲ୍ଲାରୁ ୪୩ଜଣ, କନ୍ଧମାଳ ଜିଲ୍ଲାରୁ ୩୪ଜଣ, କେନ୍ଦ୍ରାପଡ଼ା ଜିଲ୍ଲାରୁ ୧୪୫ଜଣ, କେନ୍ଦୁଝର ଜିଲ୍ଲାରୁ ୮୧ଜଣ, କେନ୍ଦୁଝର ଜିଲ୍ଲାରୁ ୬୧୭ଜଣ, କୋରାପୁଟ ଜିଲ୍ଲାରୁ ୭୭ଜଣ, ମାଲକାନଗିରି ଜିଲ୍ଲାରୁ ୭୫ଜଣ, ମୟୁରଭଞ୍ଜ ଜିଲ୍ଲାରୁ ୧୫୯ଜଣ, ନବରଙ୍ଗପୁର ଜିଲ୍ଲାରୁ ୮୮ଜଣ, ନୟାଗଡ଼ ଜିଲ୍ଲାରୁ ୧୩୪ଜଣ, ନୂଆପଡ଼ା ଜିଲ୍ଲାରୁ ୩୧ଜଣ, ପୁରୀ ଜିଲ୍ଲାରୁ ୨୦୦ଜଣ, ରାୟଗଡ଼ା ଜିଲ୍ଲାରୁ ୧୧୧ଜଣ, ସମ୍ବଲପୁର ଜିଲ୍ଲାରୁ ୪୫ଜଣ, ସୋନପୁର ଜିଲ୍ଲାରୁ ୩୬ଜଣ, ସୁନ୍ଦରଗଡ଼ ଜିଲ୍ଲାରୁ ୧୧୯ଜଣ, ଷ୍ଟେଟ ପୁଲ୍‌ରୁ ୯୫ଜଣ ରହିଛନ୍ତି ।

ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୮୭୦୪୯୮ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୪୩୩୩୮ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୮୨୩୫୯୯ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୧୨୯୬୪୭୦୫ ସାମ୍ପୁଲ ଟେଷ୍ଟ୍ ହୋଇଛି ।

Show More

Related Articles

Back to top button