ଓଡ଼ିଶାମୁଖ୍ୟ ଖବର

ରାଜ୍ୟରେ ଶେଷ ୨୪ଘଣ୍ଟାରେ ମହାମାରୀ ନେଲା ସର୍ବାଧିକ ୪୮ ଜଣଙ୍କ ଜୀବନ

ରାଜ୍ୟରେ କିଛି ଦିନ କରୋନା ଆକ୍ରାନ୍ତଙ୍କ ସଂଖ୍ୟା କମିଥିବା ବେଳେ ମୃତ୍ୟୁସଂଖ୍ୟା କିନ୍ତୁ କମୁନାହିଁ

ଗତ ୨୪ ଘଣ୍ଟା ମଧ୍ୟରେ ୩୩୭୧ ଜଣ କୋଭିଡ୍ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୪୮ ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୪୦୧୮କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି ।ମୃତକଙ୍କ ମଧ୍ୟରୁ ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୭ ଜଣ, କଟକ ଓ ନୟାଗଡ଼ରୁ ୫ ଜଣ, ଗଞ୍ଜାମ ଓ ସୁନ୍ଦରଗଡ଼ରୁ ୪ ଜଣ ଲେଖାଏଁ, ବରଗଡ଼, ବୌଦ୍ଧ ଓ ଢେଙ୍କାନାଳରୁ ୩ ଜଣ ଲେଖାଏଁ ରହିଛନ୍ତି ।

ସେହିପରି ଅନୁଗୁଳ, ବାଲେଶ୍ଵର, ଭଦ୍ରକ ଓ ଝାରସୁଗୁଡାରୁ ୨ ଜଣ ଲେଖାଏଁ ଏବଂ ଜଗତସିଂହପୁର, କଳାହାଣ୍ଡି, କନ୍ଧମାଳ, କୋରାପୁଟ, ପୁରୀ ଓ ସମ୍ବଲପୁରରୁ ଜଣେ ଲେଖାଏଁ ରହିଛନ୍ତି ।ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୯୦୯୮୦୦ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୩୧୪୨୨ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୮୭୪୩୦୭ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ବର୍ତ୍ତମାନ ସୁଦ୍ଧା ରାଜ୍ୟରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୪୦୧୮ରେ ପହଞ୍ଚିଥିବା ବେଳେ ଅନ୍ୟରୋଗରେ ମୃତ୍ୟୁ ସଂଖ୍ୟା ୫୩ରେ ପହଞ୍ଚିଛି । ଏବେ ସୁଦ୍ଧା ରାଜ୍ୟରେ ୧୩୭୫୯୮୭୦ ସାମ୍ପୁଲ ଟେଷ୍ଟ୍ ହୋଇଛି ।

Show More

Related Articles

Back to top button