
ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୫୦୫୮କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି ।ମୃତକଙ୍କ ମଧ୍ୟରୁ ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୨୩ଜଣ ରହିଥିବା ବେଳେ ଗଞ୍ଜାମ ଜିଲ୍ଲାରୁ ୮ଜଣ ରହିଛନ୍ତି । ମୟୁରଭଞ୍ଜ, ସୁନ୍ଦରଗଡ଼ ଜିଲ୍ଲାରୁ ୬ଜଣ ରହିଥିବା ବେଳେ ବୌଦ୍ଧ ଜିଲ୍ଲାରୁ ୫ଜଣ ରହିଛନ୍ତି । ବରଗଡ଼, ନୟାଗଡ଼ ଜିଲ୍ଲାରୁ ୩ଜଣ ଲେଖାଏଁ ରହିଥିବା ବେଳେ ଗଜପତି,
ପୁରୀ, କେନ୍ଦ୍ରାପଡ଼ା ଜିଲ୍ଲାରୁ ୨ଜଣ ଲେଖାଏଁ ରହିଛନ୍ତି । ସେହିପରି ଭଦ୍ରକ, ବଲାଙ୍ଗୀର, ଜଗତସିଂହପୁର, ଯାଜପୁର, କନ୍ଧମାଳ, ରାୟଗଡ଼ା ଜିଲ୍ଲାରୁ ଜଣେ ଲେଖାଏଁ ରହିଛନ୍ତି ।ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୯୫୪୩୨୬ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୨୧୨୮୯ଟି ଆକ୍ଟିଭ୍ କେସ୍ ରହିଥିବା ବେଳେ ୯୨୭୯୭୬ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ବର୍ତ୍ତମାନ ସୁଦ୍ଧା ରାଜ୍ୟରେ କରୋନା ଯୋଗୁଁ ମୃତ୍ୟୁ ସଂଖ୍ୟା ୫୦୫୮ ପହଞ୍ଚିଥିବା ବେଳେ ଅନ୍ୟରୋଗ ଯୋଗୁଁ ମୃତ୍ୟୁ ସଂଖ୍ୟା ୫୩ରେ ପହଞ୍ଚିଛି । ଏବେ ସୁଦ୍ଧା ରାଜ୍ୟରେ ୧୫୦୬୬୦୫୦ ସାମ୍ପୁଲ ଟେଷ୍ଟ୍ ହୋଇଛି ।