ଓଡ଼ିଶାମୁଖ୍ୟ ଖବର

ରାଜ୍ୟରେ ଶେଷ ୨୪ଘଣ୍ଟାରେ କରୋନା ନେଲା ୪୫ ଜଣଙ୍କ ଜୀବନ

ରାଜ୍ୟରେ କିଛି ଦିନ କରୋନା ଆକ୍ରାନ୍ତଙ୍କ ସଂଖ୍ୟା କମିଥିବା ବେଳେ ମୃତ୍ୟୁସଂଖ୍ୟା କିନ୍ତୁ କମୁନାହିଁ

ଗତ ୨୪ ଘଣ୍ଟା ମଧ୍ୟରେ ୩୦୮୭ ଜଣ କୋଭିଡ୍ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୪୫ ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୪୦୬୩କୁ ବୃଦ୍ଧି ପାଇଛି ।

ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି ।ମୃତକଙ୍କ ମଧ୍ୟରୁ ଖୋର୍ଦ୍ଧାରୁ ୯ଜଣ, ନୟାଗଡ ଓ ପୁରୀରୁ ୫ ଲେଖାଏଁ, ଗଞ୍ଜାମ ଓ କେନ୍ଦୁଝରରୁ ୪ ଜଣ ଲେଖାଏଁ, ବରଗଡ ଓ ସୁନ୍ଦରଗଡରୁ ୩ ଲେଖାଏଁ, ଅନୁଗୋଳ, କଟକ, ସମ୍ବଲପୁରରୁ ୨ ଜଣ ଲେଖାଏଁ, ବାଲେଶ୍ୱର, ଢେଙ୍କାନାଳ, ଯାଜପୁର, ଝାରସୁଗୁଡା, ମୟୂରଭଞ୍ଜ, ନବରଙ୍ଗପୁରରୁ ଜଣେ ଲେଖାଏଁ ରହିଛନ୍ତି ।ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୯୧୨୮୮୭ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୩୧୨୩୧ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ଜଣ ୮୭୭୫୪୦ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ବର୍ତ୍ତମାନ ସୁଦ୍ଧା ରାଜ୍ୟରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୪୦୬୩ରେ ପହଞ୍ଚିଥିବା ବେଳେ ଅନ୍ୟରୋଗରେ ମୃତ୍ୟୁ ସଂଖ୍ୟା ୫୩ରେ ପହଞ୍ଚିଛି । ଏବେ ସୁଦ୍ଧା ରାଜ୍ୟରେ ୧୩୮୩୩୮୭୦ ସାମ୍ପୁଲ ଟେଷ୍ଟ୍ ହୋଇଛି ।

Show More

Related Articles

Back to top button