Breaking PLUSଓଡ଼ିଶାମୁଖ୍ୟ ଖବର

ଆସନ୍ତା ୭୨ ଘଣ୍ଟା ଭିତରେ ଘନୀଭୂତ ହୋଇ ବାତ୍ୟାର ରୂପ ନେବ ୟଶ୍

ବଙ୍ଗୋପସାଗରେ ସୃଷ୍ଟି ହେବାକୁ ଥିବା ସମ୍ଭାବ୍ୟ ବାତ୍ୟା ୟଶ ଓଡିଶା ଓ ପଶ୍ଚିମବଙ୍ଗ ଉପକୂଳରେ ପ୍ରଭାବ ପକାଇବ ବୋଲି ପୂର୍ବାନୁମାନ କରାଯାଉଛି । ବିଶେଷତଃ ରାଜ୍ୟର ଉପକୂଳ ଏବଂ ଉତ୍ତର ଉପକୂଳ ଓଡ଼ିଶାରେ ଏହାର ପ୍ରଭାବ ପଡ଼ିବ ।

ବଙ୍ଗୋପସାଗରେ ସୃଷ୍ଟି ହେବାକୁ ଥିବା ସମ୍ଭାବ୍ୟ ବାତ୍ୟା ୟଶ ଓଡିଶା ଓ ପଶ୍ଚିମବଙ୍ଗ ଉପକୂଳରେ ପ୍ରଭାବ ପକାଇବ ବୋଲି ପୂର୍ବାନୁମାନ କରାଯାଉଛି । ବିଶେଷତଃ ରାଜ୍ୟର ଉପକୂଳ ଏବଂ ଉତ୍ତର ଉପକୂଳ ଓଡ଼ିଶାରେ ଏହାର ପ୍ରଭାବ ପଡ଼ିବ ।

ଭାରତୀୟ ପାଣିପାଗ ବିଭାଗ (ଆଇଏମ୍‌ଡି) ମହାନିର୍ଦ୍ଦେଶକ ମୃତ୍ୟୁଞ୍ଜୟ ମହାପାତ୍ର କହିଛନ୍ତି , ଆସନ୍ତା ୨୨ ତାରିଖ ବେଳକୁ ଉତ୍ତର ଆଣ୍ଡାମାନ ସାଗର ଓ ପାର୍ଶ୍ୱବର୍ତ୍ତୀ ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗରରେ ଲଘୁଚାପ ସୃଷ୍ଟି ହେବ । ୭୨ ଘଣ୍ଟା ଭିତରେ (୨୫ ତାରିଖବେଳକୁ) ଏହା ଘନୀଭୂତ ହୋଇ ବାତ୍ୟା ରୂପ ନେବ ।

ଉତ୍ତର ପଶ୍ଚିମ ଦିଗରେ ଗତି କରି ୨୬ ତାରିଖ ସନ୍ଧ୍ୟାରେ ଓଡ଼ିଶା-ପଶ୍ଚିମ ବଙ୍ଗ ଉପକୂଳ ପାଖରେ ପହଞ୍ଚିବ । ତେବେ ଆସନ୍ତା ୨୨ ତାରିଖବେଳକୁ ଏ ବାବଦରେ ଅଧିକ ତଥା ସ୍ପଷ୍ଟ ଆକଳନ କରିହେବ ।

ତେବେ ଗତକାଲି ସମ୍ଭାବ୍ୟ ବାତ୍ୟା ପାଇଁ ତନ୍ତ୍ର ରିଲିଫ୍‌ କମିଶନର ପ୍ରଦୀପ କୁମାର ଜେନା ସମସ୍ତ ଉପକୂଳବର୍ତ୍ତୀ ଜିଲ୍ଲାପାଳ , ପୋଲିସ , ଅଗ୍ନିଶମ , ଓଡ୍ରାଫ , ଏନଡିଆରଏଫ ଅଧିକାରୀଙ୍କ ସହ ଆଲୋଚନା କରିଛନ୍ତି । ଆଗୁଆ ପ୍ରସ୍ତୁତ ଓ ସଜାଗ ରହିବାକୁ ସମସ୍ତ ଜିଲ୍ଲା ପ୍ରଶାସନକୁ ନିର୍ଦ୍ଦେଶ ଦିଆଯାଇଛି ।

Show More

Related Articles

Back to top button