ଓଡ଼ିଶାମୁଖ୍ୟ ଖବର

ରାଜ୍ୟରେ ଗତ ୨୪ଘଣ୍ଟାରେ କରୋନା ନେଲା ୩୯ ଜଣଙ୍କ ଜୀବନ

ରାଜ୍ୟରେ କିଛି ଦିନ କରୋନା ଆକ୍ରାନ୍ତଙ୍କ ସଂଖ୍ୟା କମିଥିବା ବେଳେ ମୃତ୍ୟୁସଂଖ୍ୟା କିନ୍ତୁ କମୁନାହିଁ । ଗତ ୨୪ ଘଣ୍ଟା ମଧ୍ୟରେ ୩୪୦୮ ଜଣ କୋଭିଡ୍ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୩୯ ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି

ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୩୮୮୭କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି ।ମୃତକଙ୍କ ମଧ୍ୟରୁ ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୯ଜଣ ରହିଥିବା ବେଳେ କଟକ, ବରଗଡ଼, ନୟାଗଡ଼ ଜିଲ୍ଲାରୁ ୫ଜଣ ଲେଖାଏଁ ରହିଛନ୍ତି । ସମ୍ବଲପୁର, ସୁନ୍ଦରଗଡ଼ ଜିଲ୍ଲାରୁ ୩ଜଣ ଲେଖାଏଁ ରହିଥିବା ବେଳେ ଗଞ୍ଜାମ, କେନ୍ଦ୍ରାପଡ଼ା, ମୟୁରଭଞ୍ଜ, ସୋନପୁର ଜିଲ୍ଲାରୁ ୨ଜଣ ଲେଖାଏଁ ରହିଛନ୍ତି । ସେହିପରି ପୁରୀ ଜିଲ୍ଲାରୁ ଜଣେ ଆକ୍ରାନ୍ତ ରହିଛନ୍ତି ।

ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୯୦୦୪୭୦ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୩୩୦୧୯ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୮୬୦୧୪୨ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ବର୍ତ୍ତମାନ ସୁଦ୍ଧା ରାଜ୍ୟରେ କୋଭିଡ଼ ଜନିତ ମୃତ୍ୟୁ ସଂଖ୍ୟା ୩୮୮୭ରେ ପହଞ୍ଚିଥିବା ବେଳେ ଅନ୍ୟ ରୋଗ ଯୋଗୁଁ ମୃତ୍ୟୁ ସଂଖ୍ୟା ୫୩ରେ ପହଞ୍ଚିଛି । ଏବେ ସୁଦ୍ଧା ରାଜ୍ୟରେ ୧୩୪୮୬୦୮୨ ସାମ୍ପୁଲ ଟେଷ୍ଟ୍ ହୋଇଛି ।

Show More

Related Articles

Back to top button